Sunday , October 1 2023
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୦୨ ଜଣ କରୋନା ସଂକ୍ରମିତି ଚିହ୍ନଟ- ୯୬ ଜଣ ଶିଶୁ ଆକ୍ରାନ୍ତ – ୬ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୦୨ ଜଣ କରୋନା ସଂକ୍ରମିତି ଚିହ୍ନଟ- ୯୬ ଜଣ ଶିଶୁ ଆକ୍ରାନ୍ତ – ୬ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୩୦/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୦୨ ଜଣ କରୋନା ସଂକ୍ରମିତି ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୩ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୪୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୬ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧ଜଣ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୫୪ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୨୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୮୩ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୧ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୧ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍ ରୁ ୬୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୬୪୭୬ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶା ରାଜ୍ୟର ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୯୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୫୮୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧୨୧୧୬ଜଣ ସୁସ୍ଥ ହୋଇଛନ୍ତି । ୧୦୨୬୪୭୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୫୫୧୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୯୯୦୦୫୩୨ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *