Saturday , October 23 2021
Home / ବିଶେଷ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ – ୭୪ ଜଣ ଶିଶୁ ଆକ୍ରାନ୍ତ – ୪ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ – ୭୪ ଜଣ ଶିଶୁ ଆକ୍ରାନ୍ତ – ୪ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୧/୧୦/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୮ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୯୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୪ ଜଣ ଶିଶୁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୬୯୫୩ କୁ ବୃଦ୍ଧି ପାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀରରୁ ଜଣେ,  କଟକ ଜିଲ୍ଲାରୁ ୬୨ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡିରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୦ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍ ରୁ ୪୫ଜଣ ରହିଛନ୍ତି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । କଟକ,ଜଗତସିଂହପୁର, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୬୯୫୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧୩୧୪୨ଜଣ ସୁସ୍ଥ ହୋଇଛନ୍ତି । ୮୨୦୨ ଜଣ ଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୫୫୫୬ ଜଣ ସକ୍ରିୟ ଆକ୍ରାନ୍ତ ଚିକପିତ୍ସଧେିନ  ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୦୦୩୪୨୪୫ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

“ଯୁବଶକ୍ତି”  ପକ୍ଷରୁ ମାକ୍ସ ଓ ସାନିଟାଇଜର ବଣ୍ଟନ

ପରଜଙ୍ଗ, ୨୨/୧୦/୨୦୨୧(ଓଡ଼ିଶା ସମାଚାର)- ଆଜି “ଯୁବଶକ୍ତି” ସ୍ବେଚ୍ଛାସେବୀ ସଙ୍ଗଠନ ଢେଙ୍କାନାଳ ପକ୍ଷରୁ ଜୟପରା କାଟେଣି ଗ୍ରାମ ପଞ୍ଚାୟତ ମୁଣ୍ଡା ସାହି …

Leave a Reply

Your email address will not be published. Required fields are marked *