Tuesday , December 7 2021
Breaking News
Home / ବିଶେଷ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୭୮ କରୋନା ସଂକ୍ରମିତ ଚିହ୍ନଟ – ୫୭ ଜଣ ଶିଶୁ ଆକ୍ରାନ୍ତ – ୭ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୭୮ କରୋନା ସଂକ୍ରମିତ ଚିହ୍ନଟ – ୫୭ ଜଣ ଶିଶୁ ଆକ୍ରାନ୍ତ – ୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୨/୧୦/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୭୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୧ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୯୭ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୭ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୫୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨୯ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୧୧ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ ରୁ ୪୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୭୪୩୧ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୭ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୭୪୩୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧୩୮୩୩ଜଣ ସୁସ୍ଥ ହୋଇଛନ୍ତି । ୮୨୦୯ ଜଣ ଙ୍କର କରୋନା ରେ ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୦୧୦୩୪୯୬ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ବିନା ରସିଦରେ ଔଷଧବିକ୍ରି ହେଉଛି,ବିନା ଲାଇସେନ୍ସରେ କ୍ଲିନିକ ଚାଲୁଛି

    ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ପଡ଼ୁନି: ମାଲେ ମାଲେ ହେଉଛନ୍ତି ମେଡ଼ିସନ ଦୋକାନୀ ନିରାକାରପୁର, ୦୬/୧୨/୨୦୨୧(ଓଡ଼ିଶା ସମାଚାର)-ବର୍ତମାନ ଖୋର୍ଦ୍ଧା ଜିଲ୍ଲା …

Leave a Reply

Your email address will not be published. Required fields are marked *