ଭୁବନେଶ୍ୱର,୦୩/୧୦/୨୦୨୧(ଓଡ଼ିଶା ସମାଚାର / ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୫୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୦ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୧୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୩ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୬୯ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୪୩ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩୧ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍ ରୁ ୫୯ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୭୯୫୯ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୫ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ କଟକ, ଯାଜପୁର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୭୯୫୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧୪୪୧୨ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୧୪ ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୫୨୮୦ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୦୧୭୨୫୨୬ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର
Home / ବିଶେଷ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୫୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ – ୭୩ ଜଣ ଶିଶୁ ଆକ୍ରାନ୍ତ – ୫ ଜଣ ମୃତ