Friday , September 22 2023
Breaking News
Home / ବିଶେଷ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୦୭ କରୋନା ସଂକ୍ରମିତ – ୭୪ ଜଣ ଶିଶୁ ଆକ୍ରାନ୍ତ – ୬ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୦୭ କରୋନା ସଂକ୍ରମିତ – ୭୪ ଜଣ ଶିଶୁ ଆକ୍ରାନ୍ତ – ୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୪/୧୦/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୦୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୮ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୬୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୪ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୬୩ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୧୭ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୬୭ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ, ଷ୍ଟେଟ ପୁଲ୍ ରୁ ୩୯ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୮୩୬୬ ରେ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ କଟକ ଜିଲ୍ଲାରୁ ଜଣେ ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୮୩୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧୫୦୧୮ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୦ ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୫୦୭୫ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବାବେଳେ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୦୨୩୬୯୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *