Tuesday , October 19 2021
Breaking News
Home / ବିଶେଷ / ଗଜପତିରେ ସ୍ମାର୍ଟ ହେଲ୍ଥ କାର୍ଡ ବଂଟନ

ଗଜପତିରେ ସ୍ମାର୍ଟ ହେଲ୍ଥ କାର୍ଡ ବଂଟନ

ଭୁବନେଶ୍ୱର,୦୫/୧୦/୨୦୨୧(ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ଗଜପତି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୧.୩୫ ଲକ୍ଷ, ପ୍ରାୟ ୯୦ ପ୍ରତିଶତ ଲୋକ ଏହି ସୁବିଧା ପାଇବେ  । ଏହି ଅବସରରେ ଜନସାଧାରଣଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗଜପତି ଜିଲ୍ଲା ସହ ବିଜୁ ବାବୁଙ୍କର ସଂପର୍କ ବିଷୟରେ ସମସ୍ତେ ଜାଣନ୍ତି । ତେଣୁ ଗଜପତି ଜିଲ୍ଲା ତାଙ୍କ ପାଇଁ ସ୍ୱତନ୍ତ୍ର ଗୁରୁôତ୍ୱ ବହନ କରେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏଥିପାଇ ଗଜପତିରେ ସ୍ମାର୍ଟ ହେଲ୍ଥ କାର୍ଡ ଆରମ୍ଭ କରି ସେ ବହୁତ ଖୁସି ବୋଲି କହିଥିଲେ । ଗଜପତି ଜିଲ୍ଲାର ସ୍ୱାତନ୍ତ୍ର୍ୟ ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗଜପତି ହେଉଛି କଳା ଓ ସସ୍ଖୃତିର ଭୂମି  । ଛୋଟିଆ ଜିଲ୍ଲା ହେଲେ ମଧ୍ୟ ଆଧୁନିକ ଓଡ଼ିଶା ପାଇଁ ଗଜପତି ର ଅବଦାନ ବହୁତ ବେଶୀ  । ଏହି ଅବସରରେ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ  ମନେ ପକାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ଅବଦାନକୁ ଏ ଜାତି କେବେ ଭୁଲି ପାରିବ ନାହିଁ  । ସେ ଥିଲେ ବିକାଶ ଓ ସ୍ୱାଭିମାନ ର ପ୍ରତୀକ । ସେହିପରି କବି ଗୋପାଳ କୃଷ୍ଣ ପଟ୍ଟନାୟକ ତଥା ବିଶିଷ୍ଟ ଐତିହାସିକ ଡ ସତ୍ୟନାରାୟଣ ରାଜଗୁରୁଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଗଜପତି ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ରାସ୍ତାଘାଟ, ଶିକ୍ଷା, ସ୍ୱାସ୍ଥ୍ୟ ଭିତିଭୂମି ସହିତ ମେଗା ପାଇପ ପାଣି ପ୍ରକଳ୍ପର ଉଦଘାଟନ କରିଥିଲେ । ଏହାସହିତ ମହେନ୍ଦ୍ରଗିରି ତୀର୍ଥର ବିକାଶ ପାଇଁ ମଧ୍ୟ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସ୍ମାର୍ଟ ହେଲ୍ଥ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ୱାରା ଆମର ଗରିବଲୋକମାନେ ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ  । ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏୟ ବର୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ଡାକ୍ତରଖାନାରେ ଭଲ ଚିକିତ୍ସା ପାଇପାରିବେ  । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା – ସମସ୍ତେ ସମ୍ମାନର ସହ ବଂଚନ୍ତୁ  । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ । ସୂଚନାଯୋଗ୍ୟ ଯେ ସ୍ମାର୍ଟ ହେଲ୍ଥ କାର୍ଡ ରାଜ୍ୟ ସରକାରଙ୍କ ଏକ ଫ୍ଲାଗ ସିପ୍ କାର୍ଯ୍ୟକ୍ରମ । ଅଗଷ୍ଟ ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ମାଲକାନଗିରିରେ ଏହାର ଶୁଭାରମ୍ଭ କରିଥିଲେ । ଏହାପରେ ସୁନ୍ଦରଗଡ, ବଲାଙ୍ଗୀରରେ ଏହି କାର୍ଯ୍ୟକ୍ରମ ଆରମ୍ଭ କରିବା ପରେ ଗଜପତିରେ ମଧ୍ୟ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି  । କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ଶିଳ୍ପ ଓ ଶକ୍ତି ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର, ସାଂସଦ ଚନ୍ଦ୍ରଶେଖର ସାହୁ ଓ ବିଧାୟକଗଣ ଯୋଗ ଦେଇଥିଲେ  । ଓଡ଼ିଶା ସମାଚାର

About admin

Check Also

ସମାଜସେବୀ ବଟକୃଷ୍ଣ ପ୍ରଧାନଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ସଭା

କେନ୍ଦ୍ରାପଡ଼ା, ୧୯/୧୦/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ପଂଚାୟତ ସମିତିର ପୂର୍ବତନ ଅଧ୍ୟକ୍ଷ ସମାଜସେବୀ ସ୍ୱର୍ଗତ ବଟକୃଷ୍ଣ ପ୍ରଧାନଙ୍କ ପ୍ରଥମ …

Leave a Reply

Your email address will not be published. Required fields are marked *