ଭୁବନେଶ୍ୱର,୦୫/୧୦/୨୦୨୧(ଓଡ଼ିଶା ସମାଚାର)- ଓଡ଼ିଶା ପୁଲିସର ୨୧୬ଟି ଫାଣ୍ଡି ଦାୟିତ୍ୱରେ ଏଣିକି ସବ୍ ଇନ୍ସପେକ୍ଟର ମାନେ ରହିବେ । ଏ ସମ୍ପର୍କୀୟ ପ୍ରସ୍ତାବକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ସହକାରୀ ସଵ୍ ଇନ୍ସପେକ୍ଟର ମାନେ ଫାଣ୍ଡି ଦାୟିତ୍ୱରେ ରହୁଥିଲେ । କମିଶନରେଟ୍ ପୁଲିସ ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୁଲିସ ଓ ରେଲୱେ ପୁଲିସ ଦ୍ବାରା ପରିଚାଳିତ ପୁଲିସ ଫାଣ୍ଡି ମାନଙ୍କରେ ସଵ୍ ଇନସପେକ୍ଟର ମାନଙ୍କୁ ନିଯୁକ୍ତି ଦିଆଯିବ। ସବ୍ ଇନ୍ସପେକ୍ଟର ମାନଙ୍କ ତାଲିମ ଓ ଅପରାଧ ଅନୁସନ୍ଧାନରେ ସେମାନଙ୍କ ଦକ୍ଷତା ଫାଣ୍ଡି ସ୍ତରରେ ଅପରାଧ ନିୟନ୍ତ୍ରଣ ରେ ବିଶେଷ ସହାୟକ ହେବ ବୋଲି ଆଶା କରାଯାଏ ।ଓଡ଼ିଶା ସମାଚାର
