Tuesday , August 16 2022
Breaking News
Home / ବିଶେଷ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୮୨ଜଣ କରୋନା ସଂକ୍ରମିତ ଚିହ୍ନଟ – ୮୩ ଜଣ ଶିଶୁ ଆକ୍ରାନ୍ତ , ୭ ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୮୨ଜଣ କରୋନା ସଂକ୍ରମିତ ଚିହ୍ନଟ – ୮୩ ଜଣ ଶିଶୁ ଆକ୍ରାନ୍ତ , ୭ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୦୭/୧୦/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୮୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୪୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୩ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୯ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୪୬ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ଜଣ, ଯାଜପୁର ଜିଲ୍ଲାରୁ ୨୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୮୨ଜଣ, କୋରପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୨୧ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍ ରୁ ୬୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୯୯୯୪ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଢେଙ୍କାନାଳ, ଜଗତସିଂହପୁର, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୯୯୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧୬୫୯୪ଜଣ ସୁସ୍ଥ ହୋଇଛନ୍ତି । କରୋନା ମୃତ୍ୟୁ ସଂଖ୍ୟା ୮୨୩୪ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୫୧୧୩ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୦୪୪୩୬୩୪ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଅପରାହ୍ନରେ ହୀରାକୁଦ ଜଳ ଭଣ୍ଡାରର ଗେଟ୍ ଖୋଲାଯିବା ନେଇ ନିଷ୍ପତ୍ତି

ଭୁବନେଶ୍ୱର,୧୬/୦୮/୨୦୨୨(ଓଡ଼ିଶା ସମାଚାର)- ହୀରାକୁଦ ଜଳ ଭଣ୍ଡାରର ଜଳସ୍ଥର ବଢ଼ିବାରେ ଲାଗିଛି । ବର୍ତମାନ ହୀରାକୁଦ ଜଳ ଭଣ୍ଡାରର ଜଳସ୍ଥର ୬୨୬.୦୮ …

Leave a Reply

Your email address will not be published.