Friday , August 12 2022
Home / ବିଶେଷ / ଓଡିଶା ହାଇକୋର୍ଟର ଦୁଇ ନୂଆ ବିଚାରପତି ଙ୍କ ଶପଥ ଗ୍ରହଣ

ଓଡିଶା ହାଇକୋର୍ଟର ଦୁଇ ନୂଆ ବିଚାରପତି ଙ୍କ ଶପଥ ଗ୍ରହଣ

କଟକ ୦୮/୧୦/୨୦୨୧(ଓଡ଼ିଶା ସମାଚାର/ଦେବାଶିଷ ରଥ)- ଓଡିଶା ହାଇକୋର୍ଟର ଦୁଇ ନୂଆ ବିଚାରପତି ଶପଥ ଗ୍ରହଣ କରିଛନ୍ତି । ଜଷ୍ଟିସ୍ ଯଶୱନ୍ତ ସିଂ ଓ ଜଷ୍ଟିସ୍ ଅରିନ୍ଦମ୍ ସିହ୍ନା ଶପଥ ଙ୍କୁ ଶପଥ ପାଠ କରାଇଲେ ମୁଖ୍ୟ ବିଚାରପତି ଜଷ୍ଟିସ୍ ଡକ୍ଟର ଏସ. ମୁରଲୀଧର । ହାଇକୋର୍ଟ ନୂଆ କନଫରେନ୍ସ ହଲ୍ ଠାରେ ଆୟୋଜିତ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ଦୁଇ ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି ।ଉଲ୍ଲେଖଯୋଗ୍ୟ ଯେ, ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଯଶୋୱନ୍ତ ସିଂହ ଓ କୋଲକାତା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଅରିନ୍ଦମ ସିହ୍ନାଙ୍କ ଓଡ଼ିଶା ହାଇକୋର୍ଟକୁ ଏବଂ ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ସଂଜୟ କୁମାର ମିଶ୍ରଙ୍କୁ ଉତ୍ତରାଖଣ୍ଡ ହାଇକୋର୍ଟକୁ ବଦଳି ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।ଓଡ଼ିଶା ହାଇକୋର୍ଟରେ ମଞ୍ଜୁରୀପ୍ରାପ୍ତ ବିଚାରପତି ସଂଖ୍ୟା ୨୭ ରୁ ବଦଳି ହୋଇ ଆସିଥିବା ଦୁଇ ବିଚାରପତିଙ୍କ ଶପଥ ଗ୍ରହଣ ପରେ ଏହି ସଂଖ୍ୟା ୧୪ରେ ପହଞ୍ଚିଛି।ଓଡ଼ିଶା ସମାଚାର

About admin

Check Also

ହୀରାକୁଦ ଜଳଭଣ୍ଡାରର ୨୦ ଟି ଗେଟ୍ ଖୋଲା

ସମ୍ବଲପୁର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ଆଜି ହୀରାକୁଦ ଜଳଭଣ୍ଡାରର ଆଉ ୬ ଟି ଗେଟ୍ ଖୋଲାଯାଇଛି। ଆଜି ସକାଳେ ୪ଟି ଗେଟ ଖୋଲିଥିଲା …

Leave a Reply

Your email address will not be published.