Saturday , October 16 2021
Breaking News
Home / ବିଶେଷ / ଗତ ୨୪ ଘଣ୍ଟା ମଧ୍ୟରେ  ଓଡ଼ିଶା ରେ ୫୨୪ ଜଣ କରୋନା  ସଂକ୍ରମିତ ଚିହ୍ନଟ – ୭୫ ଜଣ ଶିଶୁ ଆକ୍ରାନ୍ତ – ୭ ଜଣ ଙ୍କର ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ  ଓଡ଼ିଶା ରେ ୫୨୪ ଜଣ କରୋନା  ସଂକ୍ରମିତ ଚିହ୍ନଟ – ୭୫ ଜଣ ଶିଶୁ ଆକ୍ରାନ୍ତ – ୭ ଜଣ ଙ୍କର ମୃତ୍ୟୁ

ଭୁବନେଶ୍ୱର,୦୮/୧୦/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ  ଓଡ଼ିଶା ରେ ୫୨୪ ଜଣ କରୋନା  ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୬ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୧୮ ଜଣ ସ୍ଥାନୀୟ ଆକ୍ରାନ୍ତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୫ ଜଣ ଶିଶୁ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ବର ଜିଲ୍ଲାରୁ ୨୦ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୭୫ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଯାଜପୁର ଜିଲ୍ଲାରୁ ୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୦ଜଣ, କୋରପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ୍ ପୁଲ୍ ରୁ ୫୮ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୦୫୧୮ କୁ ବୃଦ୍ଧି ପାଇଛି ।

   ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟ ରେ ୪ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମୃତକଙ୍କ ମଧ୍ୟରେ କଟକ, କନ୍ଧମାଳ, ନୟାଗଡ ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୩୮କୁ ବୃଦ୍ଧି ପାଇଛି ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୦୫୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧୭୧୧୬ଜଣ ସୁସ୍ଥ ହୋଇଛନ୍ତି । ୮୨୩୮ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁୂ ବରଣ କରିଛନ୍ତି । ଆଉ ୫୧୧୧ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ  ରହିଥିବା ବେଳେ ଗତକାଳି ସୁଦ୍ଧା ରାଜ୍ୟରେ ୨୦୫୧୦୩୫୮ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଜନ୍ମ କଲା ମାଁ ର ଅନ୍ତିମ ସତ୍କାର ପାଇଁ ଆସିଲା ନାହିଁ ଚାକିରିଆ ପୁଅ, ଶବ ସତ୍କାର କଲା ସଂକଲ୍ପ ପରିବାର

ବରଗଡ, ୧୫/୧୦/୨୦୨୧(ଓଡ଼ିଶା ସମାଚାର)- ମାଁ ଜନ୍ମଦେଇଥିଲା ଦୁଇ ପୁଅ, ଆଜି ବ୍ୟାଙ୍କରେ ଚାକିରୀ କରି ବଡ଼ ଲୋକ ପାଳଟିଥିବା ଉଭୟ …

Leave a Reply

Your email address will not be published. Required fields are marked *