Friday , August 19 2022
Breaking News
Home / ବିଶେଷ / ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ଖୁସୀର ଖବର

ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ଖୁସୀର ଖବର

ଭୁବନେଶ୍ୱର,୦୮/୧୦/୨୦୨୧(ଓଡ଼ିଶା ସମାଚାର)- ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ଖୁସୀର ଖବର । ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧ ପ୍ରତିଶତ ମହଙ୍ଗା ଭତା ଘୋଷଣା କରିଛନ୍ତି। ବର୍ତ୍ତମାନ ମହଙ୍ଗା ଭତ୍ତା ୧୭ ପ୍ରତିଶତରୁ ବୃଦ୍ଧି ହୋଇ ୨୮ ପ୍ରତିଶତରେ ପହଞ୍ଚିଲା । ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଜୁଲାଇରୁ ପିଛିଲା ଭାବରେ ୧୧ ପ୍ରତିଶତ ମହଙ୍ଗା ଭତ୍ତା ଲାଗୁ ହେବ ଓ ଏହା ଅକ୍ଟୋବରରୁ ମିଳିବ । ବକେୟା ୩ ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ରାଜ୍ୟର ୪ ଲକ୍ଷ କର୍ମଚାରୀ ଓ ସାଢେ ୩ ଲକ୍ଷ ପେନସନ୍ ଭୋଗୀ ଉପକୃତ ହେବେ ।ଓଡ଼ିଶା ସମାଚାର

About admin

Check Also

ଭାରତ ମାତା ସେବା ଅନୁଷ୍ଠାନ ତରଫରୁ ୩୭୫ ଫୁଟ ର ବିଶାଳ ତ୍ରିରଙ୍ଗା ଯାତ୍ରା

ଭୁବନ ୧୮/୦୮/୨୦୨୨(ଓଡ଼ିଶା ସମାଚାର)- ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ଭାରତ ମାତା ସେବା ଅନୁଷ୍ଠାନ ଆନୁକୂଲ୍ୟରେ  ୩୭୫ ଫୁଟ …

Leave a Reply

Your email address will not be published.