Wednesday , December 8 2021
Home / ଶିକ୍ଷା / କେନ୍ଦ୍ରାପଡାରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

କେନ୍ଦ୍ରାପଡାରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

କେନ୍ଦ୍ରାପଡ଼ା, ୧୦/୧୦/୨୦୨୧(ଓଡ଼ିଶା ସମାଚାର)- ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ ଜିଲ୍ଲା ସ୍ୱାସ୍ଥ୍ୟ ସମିତିର ମିଳିତ ଆନୁକୂଲ୍ୟରେ ରବିବାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରିଣୀ ଡା. ଅନୀତା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ଡା. ପଟ୍ଟନାୟକ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳନ ଉପଲକ୍ଷେ ଏକ ସଚେତନତା ରଥକୁ ପତାକା ଦେଖାଇ ଉଦଘାଟନ କରିଥିଲେ । ଏହି ସଚେତନତା ରଥ କେନ୍ଦ୍ରାପଡା ଜିଲ୍ଲାର ୯ଟି ବ୍ଲକ ଓ ଦୁଇଟି ପୌରାଂଚଳ ଅନ୍ତର୍ଗତ ସମସ୍ତ ଅଂଚଳ ୧୦ଦିନ ପରିକ୍ରମା କରି ସଚେତନତା ବାର୍ତା ପ୍ରଚାର କରିବ । ସାମାଜିକ, ଅର୍ଥନୈତିକ ଏବଂ ଶାରୀରିକ ଅସୁସ୍ଥତା କାରଣରୁ  ବୌଦ୍ଧିକ ବିକାଶ ହୋଇପାରୁ ନଥିବା ବିକଳାଙ୍ଗତା, ମାନସିକଚାପ, ବିମମେନସିଆ, ସିଜୋକ୍ରେନିଆ ଆଦି ମାନସିକ ରୋଗ ଦେଖାଯାଇଥାଏ ବୋଲି ମତବ୍ୟକ୍ତ କରିଥିଲେ । ଅତ୍ୟଧିକ ମାନସିକ ଚାପରୁ ନିବୃତ ରହିବା, ଯୋଗ ଓ ଶାରୀରିକ ପରିଶ୍ରମ ନିୟମିତ କରିବା, ମାଦକ ଦ୍ରବ୍ୟ ସେବନଠାରୁ ଦୂରେଇ ରହିବା ଓ ପୃଷ୍ଟିକର ଖାଦ୍ୟ ଖାଇବା ଦ୍ୱାରା ମାନସିକ ରୋଗଠାରୁ ଜଣେ ଲୋକ ଦୂରେଇ ରହିପାରିବ ବୋଲି ସେ ପ୍ରକାଶ କରିଥିଲେ । ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ମିର୍ଜା ବାବର ବେଗ୍ ଏହି ଦିବସ ପାଳନର ଆଭିମୁଖ୍ୟ ସମ୍ପର୍କରେ ମତବ୍ୟକ୍ତ କରିବା ସହ ମାନସିକ ରୋଗୀଙ୍କ ପାଇଁ ଚିକତ୍ିସା ଓ ଔଷଧ ପ୍ରତ୍ୟେକ ଜିଲ୍ଲା ମୁଖ୍ୟ ଚିକତ୍ିସାଳୟରେ ମାଗଣାରେ ଉପଲବ୍ଧ ହେଉଛି ବୋଲି ସୂଚନା ଦେଇଥିଲେ । ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଶାନ୍ତିଲତା ଚାନ୍ଦ ବୈଠକ ସଂଚାଳନା ସହିତ ଧନ୍ୟବାଦ ଅର୍ପଣ କରିଥିଲେ । ଓଡ଼ିଶା ସମାଚାର

About admin

Check Also

ବାତ୍ୟା ପାଇଁ ଶନିବାର ୧୯ ଜିଲ୍ଲାରେ ସ୍କୁଲ ଛୁଟି

ଭୁବନେଶ୍ୱର, ୦୩/୧୨/୨୦୨୧(ଓଡ଼ିଶା ସମାଚାର)-ଶନିବାର ଠାରୁ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼, …

Leave a Reply

Your email address will not be published. Required fields are marked *