ଭୁବନେଶ୍ୱର,୧୧/୧୦/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୮୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୯ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୧୯ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୮ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ ରୁ ୫୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୨୧୪୪ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୨୧୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧୮୭୪୯ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୫୪ ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୫୦୮୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୦୭୦୯୧୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର
