Wednesday , October 4 2023
Breaking News
Home / ବିଶେଷ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ – ୬୨ ଜଣ ଶିଶୁ ଆକ୍ରାନ୍ତ – ୬ ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ – ୬୨ ଜଣ ଶିଶୁ ଆକ୍ରାନ୍ତ – ୬ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୨/୧୦/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୮ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୨ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭୪ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ ରୁ ୬୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୨୬୭୩ରେ ପହଞ୍ଚିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୬୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୨୬୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧୯୨୧୮ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୬୦ ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୫୧୪୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୦୭୬୫୨୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *