Wednesday , October 20 2021
Breaking News
Home / ବିଶେଷ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ- ୬୮ ଜଣ ଶିଶୁ ଆକ୍ରାନ୍ତ- ୭ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ- ୬୮ ଜଣ ଶିଶୁ ଆକ୍ରାନ୍ତ- ୭ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୩/୧୦/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୫୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୮ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୭୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨୩ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୮ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ ରୁ ୭୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୩୨୮୮ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଜଗତସିଂହପୁର, ଯାଜପୁର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୩୨୮୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧୯୭୬୪ଜଣ ସୁସ୍ଥ ହୋଇଛନ୍ତି । ଆଉ ୫୨୦୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୦୮୨୭୯୨୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ମାଟି ତଳୁ ଉଦ୍ଧାର ସୁନା ଚେନ୍ ଓ ପାଉଁଜି ମମିତାଙ୍କର , ଫେରାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଗିରଫ

କଳାହାଣ୍ଡି ୧୯/୧୦/୨୦୨୧(ଓଡ଼ିଶା ସମାଚାର)- ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାର ତଦନ୍ତ ରେ ଅଗ୍ରଗତି ଘଟିଛି । …

Leave a Reply

Your email address will not be published. Required fields are marked *