Tuesday , October 19 2021
Breaking News
Home / ବିଶେଷ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୨୧ ଜଣ କରୋନା ସଂକ୍ରମିତ ଚିହ୍ନଟ – ୬୫ ଜଣ ଶିଶୁ ଆକ୍ରାନ୍ତ – ୬ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୨୧ ଜଣ କରୋନା ସଂକ୍ରମିତ ଚିହ୍ନଟ – ୬୫ ଜଣ ଶିଶୁ ଆକ୍ରାନ୍ତ – ୬ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୪/୧୦/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୨୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୪ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୧୭ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୫ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ , କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୪୯ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧ଜଣ, ନୟାଗଡ଼ ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ ରୁ ୬୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୩୮୦୯ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଭଦ୍ରକ, କଟକ, ଯାଜପୁର ଜିଲ୍ଲାରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୩୮୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୨୦୧୬୮ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୭୪ ରେ ପହଂଚିଥିବାବେଳେ ୫୩ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୫୩୧୪ ଜଣ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୦୮୯୨୨୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୫୫୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୮୭ ଜଣ ଶିଶୁ ଆକ୍ରାନ୍ତ – ୪ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୯/୧୦/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୫୫୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ …

Leave a Reply

Your email address will not be published. Required fields are marked *