Monday , December 6 2021
Breaking News
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୩୫୮ ଜଣ କରୋନା ସଂକ୍ରମିତ ଚିହ୍ନଟ, ୪୭ ଜଣ ଶିଶୁ ସଂକ୍ରମିତ – ୩ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୩୫୮ ଜଣ କରୋନା ସଂକ୍ରମିତ ଚିହ୍ନଟ, ୪୭ ଜଣ ଶିଶୁ ସଂକ୍ରମିତ – ୩ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୬/୧୦/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୩୫୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୪୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୭ ଜଣ ଶିଶୁ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୮୬ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍ ରୁ ୪୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୪୬୩୪ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୮୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୪୬୩୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୨୧୧୮୦ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୮୨ ରେ ପ÷ଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୫୧୧୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୧୦୦୬୦୪୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଶିକ୍ଷାନୁଷ୍ଠାନରେ ଏତେ ସଂଖ୍ୟକ ସଂକ୍୍ରମିତ ଚିହ୍ନଟ ହେବା ଚିନ୍ତାର ବିଷୟ

ଢେଙ୍କାନାଳ, ୦୨/୧୨/୨୦୨୧(ଓଡ଼ିଶା ସମାଚାର)-ଢେଙ୍କାନାଳ ର କୁଞ୍ଜକାନ୍ତ ସ୍ଥିତ ସାଇକୃପା ଆବାସିକ ମହାବିଦ୍ୟାଳୟ କଲେଜ ହଷ୍ଟେଲରୁ ଗତ ଦୁଇଦିନ ପୂର୍ବେ ୪ଜଣ …

Leave a Reply

Your email address will not be published. Required fields are marked *