Tuesday , December 7 2021
Breaking News
Home / ବିଶେଷ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୩୪୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ- ୫୦ ଜଣ ଶିଶୁ ସଂକ୍ରମିତ – ୫ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୩୪୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ- ୫୦ ଜଣ ଶିଶୁ ସଂକ୍ରମିତ – ୫ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮/୧୦/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୩୪୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୪୧ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୦ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪୩ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୯ଜଣ, କୋରାପୁଟ ଜିଲ୍ଲାରୁ ୧୪୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ, ଷ୍ଟେଟ ପୁଲ୍ ରୁ ୩୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୪୧୭ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟ ରେ ୫ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୯୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୪୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୨୨୨୫୦ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୯୦ କୁ ବୃଦ୍ଧି ପାଇଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୪୮୨୪ ଜଣ କରୋନା ସଂକ୍ରମିତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୧୧୧୮୪୫୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଚିନ୍ତା ବଢ଼ାଉଛି ବିଦ୍ୟାଳୟରେ କରୋନା ସଂକ୍ରମଣ

ଯାଜପୁର ୦୭/୧୨/୨୦୨୧ (ଓଡ଼ିଶା ସମାଚାର)- ଭିମସାରରେ ୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ଼ ର ସେଣ୍ଟ ମେରି …

Leave a Reply

Your email address will not be published. Required fields are marked *