Thursday , September 28 2023
Home / ବିଶେଷ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୫୫୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୮୭ ଜଣ ଶିଶୁ ଆକ୍ରାନ୍ତ – ୪ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୫୫୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୮୭ ଜଣ ଶିଶୁ ଆକ୍ରାନ୍ତ – ୪ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୯/୧୦/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୫୫୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨୪ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୩୨ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୭ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୪୧ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୫ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୫ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ଜଣ, ଷ୍ଟେଟ ପୁଲ୍ ରୁ ୭୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୯୭୩ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ କଟକ ଓ ଜଗତସିଂହପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୯୪ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୯୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୨୨୭୮୦ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୯୪ ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମଅତ୍ୟୁ ବରଣ କରିଛନ୍ତି । ଆଉ ୪୮୪୬ ଜଣ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୧୧୭୫୪୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *