Wednesday , December 1 2021
Breaking News
Home / ବିଶେଷ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୫୯ କରୋନା ସଂକ୍ରମିତ ଚିହ୍ନଟ – ୭୧ ଜଣ ଶିଶୁ ସଂକ୍ରମିତ – ୨ ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୫୯ କରୋନା ସଂକ୍ରମିତ ଚିହ୍ନଟ – ୭୧ ଜଣ ଶିଶୁ ସଂକ୍ରମିତ – ୨ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୨୦/୧୦/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୫୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨୧ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୩୧ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୧ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୫୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪ଜଣ, ଯାଜପୁର ଜିଲ୍ଲାରୁ ୧୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭୯ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ ରୁ ୬୮ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୬୫୩୨ କୁ ବୃଦ୍ଧି ପାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୨ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଗତସିଂହପୁର ଏବଂ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୯୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୬୫୩୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୨୩୩୯୮ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୯୬ ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୪୭୮୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୧୨୪୬୦୦୬୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ସଚ୍ଚିଦାନନ୍ଦ ମହାନ୍ତି ଓ ପ୍ରଫେସର ନାରାୟଣ ଜେନାଙ୍କ ବିୟୋଗରେ ସାହିତ୍ୟ ସଂସଦର ଶୋକସଭା

କେନ୍ଦ୍ରାପଡ଼ା, ୩୦/୧୧/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦ ଆନୁକୂଲ୍ୟରେ ବରିଷ୍ଠ ଆଇନଜୀବୀ ସଚ୍ଚିଦାନନ୍ଦ ମହାନ୍ତି ଓ ପ୍ରଫେସର ନାରାୟଣ …

Leave a Reply

Your email address will not be published. Required fields are marked *