Sunday , November 28 2021
Home / ବିଶେଷ / ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ

କଟକ ୨୧/୧୦/୨୦୨୧(ଓଡ଼ିଶା ସମାଚାର)- ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି । ସାକ୍ଷୀମାନଙ୍କୁ ପ୍ରଭାବିତ ନକରିବାକୁ ସର୍ତ୍ତ ରହିଛି । ତେବେ ନିମ୍ନ ଅଦାଲତ ଆବଶ୍ୟକ ମୁତାବକ ସର୍ତ୍ତ ରଖିପାରିବେ ବୋଲି ହାଇକୋର୍ଟ କହିଛନ୍ତି । ବିଜେପି ନେତାଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ହୋଇଥିଲେ ପ୍ରଶାନ୍ତ ।
ଗତ ୮ ତାରିଖରେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଜାମିନ ଆବୋଦନ ଖାରଜ ହୋଇଥିଲା । ଖୋର୍ଦ୍ଧା ଏଡିଜେ-୧ କୋର୍ଟରେ କରିଥିବା ଜାମିନ୍ ଆବେଦନ ଖାରଜ ପରେ ତାଙ୍କୁ ଜେଲ୍ କୁ ପଠାଇ ଦିଆଯାଇଥିଲା । ଖୋର୍ଦ୍ଧା ଏଡିଜେ-୧ ଅଦାଲତ ତାଙ୍କର ଜାମିନ ଖାରଜ କରିଥିଲେ । ତେବେ ସେ ସ୍ୱାସ୍ଥ୍ୟଗତ କାରଣରୁ ହସପିଟାଲ ରେ ଥିଲେ ଗୁରୁବାର ତାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଯିବା ପରେ ତାଙ୍କୁ ଆଉ ଜେଲ ଯିବାକୁ ପଡ଼ିବ ନାହିଁ । । ଓଡ଼ିଶା ସମାଚାର

About admin

Check Also

ସ୍ୱାଭିମାନି, ସଂଗ୍ରାମୀ ଓ ସମାଜସେବୀଙ୍କ ବନ୍ଧୁ ମିଳନ

କେନ୍ଦ୍ରାପଡ଼ା, ୨୮/୧୧/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାରୋସ୍ଥିତ ପଥରକଣୀ ମନ୍ଦିର ପରିସରରେ ଶନିବାର କେନ୍ଦ୍ରାପଡାର ସ୍ୱାଭିମାନି, ସଂଗ୍ରାମୀ ଓ ସମାଜସେବୀମାନଙ୍କର …

Leave a Reply

Your email address will not be published. Required fields are marked *