ଭୁବନେଶ୍ୱର,୨୨/୧୦/୨୦୨୧(ଓଡ଼ିଶା ସମାଚାର/ସସ୍ମିତା ନାୟକ)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୬୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୨ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୯୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୬ ଜଣ ଶିଶୁ ରହିଛନ୍ତି । ଅନୁଗୁଳ ଜିଲାରୁ ୪, ବାଲେଶ୍ୱର ୧୬, ବରଗଡ ୧, ଭଦ୍ରକ ୬, ବଲାଙ୍ଗିର ୧, ବଉଦ ୫ ଓ କଟକରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୨, ଜଗତସିଂହପୁର ୧୩, ଝାରସୁଗୁଡା ୨, କେନ୍ଦ୍ରାପଡା ୯, କେନ୍ଦୁଝର ୨, ଖୋର୍ଦ୍ଧାରୁ ୨୪୩ ଚିହ୍ନଟ ହୋଇଛନ୍ତି । ନବରଙ୍ଗପୁର ଜିଲାରେ ୧, ନୟାଗଡ ୬, ପୁରୀ ୫, ରାୟଗଡା ୧୩, ସମ୍ବଲପୁର ୧୪, ସୋନପୁର ୧, ସୁନ୍ଦରଗଡ ୮ ଓ ଷ୍ଟେଟପୁଲରୁ ୫୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୭୫୨୩ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୦୧ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୭୫୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୨୪୪୨୨ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୦୧ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୪୭୪୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୧୩୮୧୮୪୯ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୬୭ କରୋନା ସଂକ୍ରମିତ ଚିହ୍ନଟ – ୮୬ ଜଣ ଶିଶୁ ଆକ୍ରାନ୍ତ – ୩ ଜଣ ଙ୍କ ମୃତ୍ୟୁ