Monday , November 29 2021
Breaking News
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ – ୭୧ ଜଣ ଶିଶୁ ଚିହ୍ନଟ – ୩ ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ – ୭୧ ଜଣ ଶିଶୁ ଚିହ୍ନଟ – ୩ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୨୫/୧୦/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୭୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୧ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୪୦ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୧୧ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍ରୁ ୪୫ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୮୮୩୬ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୧୨ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କେନ୍ଦୁଝର, ଭଦ୍ରକ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୮୮୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୨୫୯୧୭ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୧୨ ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଗତକାଲି ସୁଦ୍ଧା ୪୫୫୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୧୫୮୫୧୩୩ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଠାକୁରମୁଣ୍ଡା ଚମକପୁର ଆବାସିକା ବାଳିକା ବିଦ୍ୟାଳୟର ୨୬ ଛାତ୍ରୀ କରୋନା ଆକ୍ରାନ୍ତ

କରଞ୍ଜିଆ ୨୭/୧୧/୨୦୨୧(ଓଡ଼ିଶା ସମାଚାର)- ପ୍ରଥମେ ଭିମସାର , ତାପରେ ସୁନ୍ଦରଗଡର ଏକ ଆବାସିକ ବାଳିକା ବିଦ୍ୟାଳୟ ପରେ ଏବେ ମୟୁରଭଞ୍ଜ …

Leave a Reply

Your email address will not be published. Required fields are marked *