ସାଲେପୁର,୨୫/୧୦/୨୦୨୧(ଓଡିଶା ସମାଚାର /ଅଭୟ ଜେନା )-ମମିତା ମେହେର ହତ୍ୟାକାଣ୍ଡର ପ୍ରତିବାଦରେ ଏବଂ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ତୁରନ୍ତ ବହିଷ୍କାର ଦାବିରେ କଟକ ଜିଲ୍ଲା ସାଲେପୁର କଂଗ୍ରେସଦଳ ପକ୍ଷରୁ ସାଲେପୁର ବ୍ଲକ କାର୍ଯ୍ୟଳୟ ସମ୍ମୁଖରେ ଏକ ପ୍ରତିବାଦ ସଭା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବ୍ଲକ କଂଗ୍ରେସ ସଭାପତି ବେଣୁଧର ପ୍ରଧାନ ଙ୍କ ନେତୃତ୍ୱ ରେ ଏହି ବିକ୍ଷୋଭ ପ୍ରଦର୍ଶନ କାର୍ଯ୍ୟକ୍ରମ ରେ କଂଗ୍ରେସର ବହୁନେତା ଓ କର୍ମୀ ଯୋଗଦେଇ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ସମେତ ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ ଶ୍ଲୋଗାନ ଦେଵା ସହ ଉଭୟ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ କୁଶ ପୁତ୍ତଳିକା ଦାହ କରିଥିଲେ। ଓଡିଶା ସମାଚାର
