Wednesday , December 1 2021
Breaking News
Home / ବିଶେଷ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୩୩ ଜଣ କରୋନା ସଂକ୍ରମିତ ଚିହ୍ନଟ, ୬୪ ଜଣ ଶିଶୁ ଆକ୍ରାନ୍ତ – ୪ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୩୩ ଜଣ କରୋନା ସଂକ୍ରମିତ ଚିହ୍ନଟ, ୬୪ ଜଣ ଶିଶୁ ଆକ୍ରାନ୍ତ – ୪ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୬/୧୦/୨୦୨୧(ଓଡ଼ିଶା ସମାଚାର/ସସ୍ମିତା ବେହେରା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୩୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୨ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୮୧ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୪ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୬ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ , ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍ ରୁ ୧୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୯୨୬୯ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ବେଳେ ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୧୬ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ଗତକାଲି ସୁଦ୍ଧା ମୋଟ୍ ୧୦୩୯୨୬୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୨୬୨୭୭ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୧୬ ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୪୬୨୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୧୬୪୭୦୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ସଚ୍ଚିଦାନନ୍ଦ ମହାନ୍ତି ଓ ପ୍ରଫେସର ନାରାୟଣ ଜେନାଙ୍କ ବିୟୋଗରେ ସାହିତ୍ୟ ସଂସଦର ଶୋକସଭା

କେନ୍ଦ୍ରାପଡ଼ା, ୩୦/୧୧/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦ ଆନୁକୂଲ୍ୟରେ ବରିଷ୍ଠ ଆଇନଜୀବୀ ସଚ୍ଚିଦାନନ୍ଦ ମହାନ୍ତି ଓ ପ୍ରଫେସର ନାରାୟଣ …

Leave a Reply

Your email address will not be published. Required fields are marked *