Thursday , December 2 2021
Breaking News
Home / ବିଶେଷ / ଜଗତସିଂହପୁର ଠାରେ ଜିଲ୍ଲା ସ୍ତରୀୟ ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ପାଳିତ

ଜଗତସିଂହପୁର ଠାରେ ଜିଲ୍ଲା ସ୍ତରୀୟ ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ପାଳିତ

ଜଗତସିଂହପୁର ୨୯/୧୦/୨୦୨୧(ଓଡ଼ିଶା ସମାଚାର)- ଶୁକ୍ରବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ସଦଦ୍ଭାବନା ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ଓଡିଶା ବିପର୍ଯ୍ୟୟ ଓ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ଜିଲ୍ଲାପାଳ ଶ୍ରୀମତୀ ପାରୁଲ୍ ପଟାଓରୀ ଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଅଛି । ୧୯୯୯ ମହାବାତ୍ୟା ଏରସମା ବ୍ଲକ ଓ ଜଗତସିଂହପୁର ଜିଲ୍ଲାକୁ ଅଧିକ କ୍ଷତିଗ୍ରସ୍ତ କରିଥିଲା । ମଣିଷ, ଗୋରୁଗାଈ, ପଶୁପକ୍ଷୀ, ବୃକ୍ଷରାଜି ଅଧିକ କ୍ଷତିଗ୍ରସ୍ତ ହୋଇଥିଲା । ଏହି ମହାବାତ୍ୟାର ସ୍ଣୃତିରେ ପ୍ରତିବର୍ଷ ଅକ୍ଟୋବର ୨୯ ତାରିଖରେ ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଓ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ପାଳନ କରାଯାଉଛି । ଆଜି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ଅଧିକାରୀ କର୍ମଚାରୀ ମାନଙ୍କୁ ନେଇ କୋଭିଡ୍-୧୯ ମାର୍ଗଦର୍ଶିକା ପାଳନ ପୂର୍ବକ ସାମାଜିକ ଦୂରତା ରକ୍ଷାକରି ଏହି ଦିବସ ପାଳିତ ହୋଇଅଛି । ଜିଲ୍ଲାପାଳ ଶ୍ରୀମତୀ ପାରୁଲ୍ ପଟାଓରୀ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ବିପର୍ଯ୍ୟୟ ପ୍ରସ୍ତୁତି ପାଇଁ ଶପଥ ପାଠ କରାଇଥିଲେ । ଯେ କୌଣସି ପ୍ରକାର ବିପର୍ଯ୍ୟୟରେ ଧନ ଜୀବନ କ୍ଷୟକ୍ଷତିକୁ ହ୍ରାସ କରିବା ପାଇଁ ମୁଁ ମୋର ଶକ୍ତି ଓ ସାମର୍ଥ୍ୟ ଅନୁସାରେ କାର୍ଯ୍ୟ କରିବି । ଉଦ୍ଧାର ଓ ରିଲିଫ୍ କାର୍ଯ୍ୟରେ କାର୍ଯ୍ୟରତ କର୍ମଚାରୀ,ବ୍ୟକ୍ତି ବିଶେଷ,ଅନୁଷ୍ଠାନ ଓ ସହେଯାଗୀ ଦଳ ମାନଙ୍କୁ ସାହାଯ୍ୟ କରିବି । ଲୋକମାନଙ୍କ ମଧ୍ୟରେ ପରିବେଶରେ ସୁରକ୍ଷା ଓ ବିପର୍ଯ୍ୟୟ ପ୍ରସ୍ତୁତି ନିମନ୍ତେ ସଚେତନତା ବୃଦ୍ଧି କରିବାକୁ ଚେଷ୍ଟା କରିବି । ଏହି ଉସôବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଚିନ୍ମୟୀ ବିଶ୍ୱାଳ,ଉପ-ଜିଲ୍ଲାପାଳ ଶ୍ରୀ ଧର୍ମେନ୍ଦ୍ର ମଲ୍ଲିକ,ଜିଲ୍ଲାସ୍ତରୀୟ ଅଧିକାରୀ,ଡେପୁଟୀ କଲେକ୍ଟର,ସହକାରୀ ଜିଲ୍ଲାପାଳ,ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ମାନେ ଉପସ୍ଥିତ ରହି ଶପଥ ପାଠ କରିଥିଲେ । ଜିଲ୍ଲା ଜରୁରୀ ବିଭାଗ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ବଡୁ, ଡି.ପି.ଓ ଶ୍ରୀ ଆଶୁତୋଷ ମହାନ୍ତି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ସଂଧ୍ୟାରେ ୧୯୯୯ ମହାବାତ୍ୟାରେ ମୃତୁ୍ୟ ବରଣ କରିଥିବା ଅମର ଆତ୍ମାଙ୍କ ନିମନ୍ତେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାବାତ୍ୟା ସ୍ମୃତିସ୍ତମ୍ଭ ନିକଟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଚିନ୍ମୟୀ ବିଶ୍ୱାଳ,ଅନ୍ୟାନ୍ୟ ଅଧିକାରୀ,ମହିଳା ସ୍ୱୟଂସହାୟକ ସଭ୍ୟାମାନେ ସମୁହ ଦୀପଦାନ କରିଥିଲେ । ଏହାକୁ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଣୀ ଶ୍ରୀମତୀ ସ୍ୱର୍ଣ୍ଣ ମଂଜରୀ ନାୟକ ପରିଚାଳନା କରିଥିଲେ । ଓଡ଼ିଶା ସମାଚାର

About admin

Check Also

ମାହାଳହାଟ ପୋଲିସ ଫାଣ୍ଡି ଅଂଚଳରେ ଘନ ଘନ ଚୋରୀ

ତାରପୁର, ୦୧/୧୨/୨୦୨୧(ଓଡ଼ିଶା ସମାଚାର)- କିଶନନଗର ଥାନା ଅଧିନରେ ଥିବା ମାହାଳହାଟ ପୋଲିସ ଫାଣ୍ଡି ଅଂଚଳରେ ଘନ ଘନ ଚୋରୀକୁ ନେଇ …

Leave a Reply

Your email address will not be published. Required fields are marked *