Wednesday , December 1 2021
Breaking News
Home / ବିଶେଷ / ସମାଜସେବୀ ଦାମୋଦର ସାମଲଙ୍କ ଦ୍ୱାଦଶାହରେ ଶ୍ରଦ୍ଧାଞ୍ଜଳି ସଭା

ସମାଜସେବୀ ଦାମୋଦର ସାମଲଙ୍କ ଦ୍ୱାଦଶାହରେ ଶ୍ରଦ୍ଧାଞ୍ଜଳି ସଭା

କେନ୍ଦ୍ରାପଡ଼ା, ୦୩/୧୧/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ପଂଚାୟତର ବିଶିଷ୍ଟ ସମାଜସେବୀ ସ୍ୱର୍ଗତ ଦାମୋଦର ସାମଲଙ୍କ ଦ୍ୱାଦଶାହ ଅବସରରେ ତାଙ୍କ ଭରତପୁର(ହରିଡାଦଣ୍ଡା)ସ୍ଥିତ ବାସଭବନ ପରିସରରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ବରିଷ୍ଠ ନାଗରିକ ରାଜକିଶୋର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରଦୀପ୍ତ ମହାନ୍ତି, ଭରତପୁର ସରପଂଚ ଜୀନତପ୍ରିୟଦର୍ଶିନୀ ରାଉତ, ପୂର୍ବତନ ସରପଂଚ ଚିତରଞ୍ଜନ ଦାସ,  ଶରତ ସାମଲ, ପୂର୍ବତନ ସରପଂଚ ପ୍ରସନ୍ନ କୁମାର ମଲିକ, ଶିକ୍ଷକ ବାନାମ୍ବର ସ୍ୱାଇଁ  ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇ ସ୍ୱର୍ଗତ ସାମଲଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।ଓଡ଼ିଶା ସମାଚାର

About admin

Check Also

ସଚ୍ଚିଦାନନ୍ଦ ମହାନ୍ତି ଓ ପ୍ରଫେସର ନାରାୟଣ ଜେନାଙ୍କ ବିୟୋଗରେ ସାହିତ୍ୟ ସଂସଦର ଶୋକସଭା

କେନ୍ଦ୍ରାପଡ଼ା, ୩୦/୧୧/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦ ଆନୁକୂଲ୍ୟରେ ବରିଷ୍ଠ ଆଇନଜୀବୀ ସଚ୍ଚିଦାନନ୍ଦ ମହାନ୍ତି ଓ ପ୍ରଫେସର ନାରାୟଣ …

Leave a Reply

Your email address will not be published. Required fields are marked *