ଭୁବନେଶ୍ୱର, ୬/୧୧/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୦୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୮୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୩ ଜଣ ଶିଶୁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ ରୁ ୨୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୧୫୧ କୁ ବୃ୍ଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ମୃତ୍ୟୁ ବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୫୪ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୩୧୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୩୧୪୨୫ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୫୪ ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୩୩୧୯ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୨୩୪୮୩୮୮ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର
