Thursday , December 2 2021
Breaking News
Home / ବିଶେଷ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୩୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ, ୫୮ ଜଣ ଶିଶୁ ଆକ୍ରାନ୍ତ – ୩ ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୩୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ, ୫୮ ଜଣ ଶିଶୁ ଆକ୍ରାନ୍ତ – ୩ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର ,୭/୧୧/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୩୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୬ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୩୨ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୮ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୩୧ଜଣ, ଦେବଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୯ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନାଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ ରୁ ୩୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୪୬୯ କୁ ବୃଦ୍ଧି ପାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକ ସମସ୍ତ ୩ଜଣ ଖୋର୍ଦ୍ଧା ଜିଲ୍ଲାର ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୫୭ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୩୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୩୧୮୫୦ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୫୭ ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୩୨୦୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୨୪୧୧୨୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ପାରାଦୀପ ବନ୍ଦର ପକ୍ଷରୁ ବିଶ୍ୱ ଏଡସ୍ ଦିବସ ପାଳିତ

ପାରାଦୀପ,୦୧/୧୨/୨୦୨୧(ଓଡ଼ିଶା ସମାଚାର)-ପାରାଦୀପ ବନ୍ଦର ପକ୍ଷରୁ ଶୁକ୍ରବାର ଦିନ ବିଶ୍ୱ ଏଡସ୍ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବନ୍ଦର …

Leave a Reply

Your email address will not be published. Required fields are marked *