Saturday , August 20 2022
Breaking News
Home / ବିଶେଷ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୭୬ କରୋନା ସଂକ୍ରମିତ ଚିହ୍ନଟ , ୫୫ ଜଣ ଶିଶୁ ଆକ୍ରାନ୍ତ – ୪ ଜଣଙ୍କ  ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୭୬ କରୋନା ସଂକ୍ରମିତ ଚିହ୍ନଟ , ୫୫ ଜଣ ଶିଶୁ ଆକ୍ରାନ୍ତ – ୪ ଜଣଙ୍କ  ମୃତ୍ୟୁ

ଭୁବନେଶ୍ୱର ,୮/୧୧/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୭୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୧୭ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୫ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୬ଜଣ, ସମ୍ୱଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍ ରୁ ୩୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୭୪ କୁ ବୃଦ୍ଧି ପାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୬୧ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୩୭୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୩୨୧୯୭ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୬୧ ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୩୧୩୪ ଜଣ  ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୨୪୭୧୦୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

About admin

Check Also

ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ ପାଇଁ ଲଗ୍ନ ଧାର୍ୟ୍ୟ

ସମ୍ବଲପୁର ୨୦/୦୮/୨୦୨୨(ଓଡ଼ିଶା ସମାଚାର)- ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ ପାଇଁ ଶୁକ୍ରବାର ଲଗ୍ନ ଧାର୍ୟ୍ୟ କରାଯାଇଛି। ସମ୍ବଲପୁରରେ ଥିବା ବ୍ରହ୍ମପୁରା …

Leave a Reply

Your email address will not be published.