ଭୁବନେଶ୍ୱର ,୧୦/୧୧/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୩୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୩ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୬୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୫ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩୩ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍ ରୁ ୪୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୪୨୮ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୪୪୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୩୩୦୨୭ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୬୮ ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୨୯୮୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୨୫୮୮୭୦୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର