Tuesday , December 7 2021
Breaking News
Home / ବିଶେଷ / ଓଡ଼ିଶା ବନ୍ଦ ପାଇଁ ଲୋକସେବା ଭବନରେ କଡ଼ାସୁରକ୍ଷା ବ୍ୟବସ୍ଥା

ଓଡ଼ିଶା ବନ୍ଦ ପାଇଁ ଲୋକସେବା ଭବନରେ କଡ଼ାସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର ,୧୧/୧୧/୨୦୨୧(ଓଡ଼ିଶା ସମାଚାର)-ନଭେମ୍ବର ୧୨ ତାରିଖରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା ପାଇଁ ଲୋକସେବା ଭବନରେ କଡ଼ାସୁରକ୍ଷା ବ୍ୟବସ୍ଥା କରାଯାଇଛି । କଡ଼ା ସୁରକ୍ଷା ପାଇଁ ଗୃହ ବିଭାଗର ସ୍ୱତନ୍ତ୍ର ସଚିବଙ୍କ ନିର୍ଦ୍ଧେଶ ହୋଇଛି । ସମସ୍ତ କର୍ମଚାରୀଙ୍କୁ ସକାଳ ସାଢ଼େ ୯ଟା ସୁଦ୍ଧା କାର୍ଯ୍ୟାଳୟ ପହଂଚିବା ପାଇଁ ପରାମର୍ଶ ଦିଆଯାଇଛି । ରାଜ୍ୟ କଂଗ୍ରେସ ପକ୍ଷରୁ ୬ଘଂଟିିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଅନ୍ତର୍ଗତ ମହାଲିଙ୍ଗସ୍ଥିତ ସନସାଇନ୍ ପବ୍ଲିକ୍ ସ୍କୁଲର ଅଧ୍ୟକ୍ଷା ମମିତା ମେହେରା ହତ୍ୟାକାଣ୍ଡ ଘଟଣାରେ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ସହିତ ନିରପେକ୍ଷ ତଦନ୍ତ ଦାବି କରାଯାଇଛି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି ସଭାପତି ବିଶ୍ୱଜିତ ଦାଶଙ୍କ ସଭାପତିତ୍ୱରେ ଏ ସଂପର୍କିତ ରୂପରେଖ ନେଇ ଆଲୋଚନା କରାଯାଇଛି । ମମିତାଙ୍କ ପରିବାରକୁ ନ୍ୟାୟ ଦେବା ପାଇଁ ଓଡ଼ିଶା ବନ୍ଦ ଡାକରାକୁ ସଫଳ କରିବାକୁ ପାଇଁ ଭୁବନେଶ୍ୱରର ସବୁ ସ୍ଥାନରେ ଜୋରଦାର ଆନ୍ଦୋଳନ କରାଯିବାକୁ ନିଷ୍ପତିି ନିଆଯାଇଛି । ଏହି ପରିପ୍ରେକ୍ଷୀରେ ଏହି ବନ୍ଦକୁ ସଫଳ କରିବା ପାଇଁ ଜନସାଧାରଣଙ୍କ ସାହାଯ୍ୟ ସହଯୋଗ କାମନା କରାଯାଇଛି । ମମିତାଙ୍କୁ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଛାତ୍ର କଂଗ୍ରେସ ସଭାପତି ୟାସର ନୱାଜ୍ କହିଛନ୍ତି । ଓଡ଼ିଶା ସମାଚାର

About admin

Check Also

  ଜଗତସିଂହପୁର ଠାରେ ୫୯ତମ ବାର୍ଷିକ ହୋମ୍ ଗାର୍ଡ ଦିବସ ପାଳିତ

ଜଗତସିଂହପୁର ୦୬/୧୨/୨୦୨୧(ଓଡ଼ିଶା ସମାଚାର)- ଆଜି ପୂର୍ବାହ୍ନରେ ରିଜର୍ଭ ପୋଲିସ ପ୍ୟାରେଡ୍ ଗ୍ରାଉଣ୍ଡ ପୁନଙ୍ଗ ଠାରେ ୫୯ତମ ବାର୍ଷିକ ହୋମ୍ ଗାର୍ଡ …

Leave a Reply

Your email address will not be published. Required fields are marked *