କେନ୍ଦ୍ରାପଡ଼ା, ୧୧/୧୧/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହରେ ଅତିରକ୍ତ ଜିଲ୍ଲାପାଳ(ରାଜସ୍ୱ) ଦୁର୍ଗାପ୍ରସାଦ ମହାରଣାଙ୍କ ଅଧ୍ୟକ୍ଷତାରେ ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ସମ୍ପର୍କରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ସମିତିର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ତମାଖୁ ସେବନ ଦ୍ୱାରା କର୍କଟ ଭଳି ମାରାତ୍ମକ ରୋଗ ସୃଷ୍ଟି ହୋଇଥାଏ ବୋଲି ଶ୍ରୀ ମହାରଣା ପ୍ରକାଶ କରିଥିଲେ । ପ୍ରାରମ୍ଭରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରିଣୀ ଡା. ଅନୀତା ପଟ୍ଟନାୟକ ସ୍ୱାଗତ ଅଭିଭାଷଣ ସହ ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମର ବିଭିନ୍ନ ଦିଗ ବିଷୟରେ ଆଲୋକପାତ କରିଥିଲେ । ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ମୀର୍ଜା ବାବର ବେଗ ତମାଖୁ ନିୟନ୍ତ୍ରଣ ପାଇଁ ଜନ ସଚେତନତା ସୃଷ୍ଟି କରାଯିବା ସହ ଏହାର ପ୍ରଚାର ପ୍ରସାରର ଆବଶ୍ୟକତା ରହିଛି ବୋଲି ମତବ୍ୟକ୍ତ କରିଥିଲେ । ଭାରତରେ କର୍କଟ ରୋଗରେ ଦୈନିକ ୨ହଜାର ୫ଶହ ଜଣ ମୃତୁ୍ୟବରଣ କରିଥାନ୍ତି । ଏହି ବୈଠକରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ସଚ୍ଚିଦାନନ୍ଦ ମିଶ୍ର, ଡା. ନୃପେନ ଶତପଥୀ, କୃଷ୍ଣଚନ୍ଦ୍ର ଲୋହା, ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ରର ଚିକିତ୍ସା ଅଧିକାରୀ, ଜିଲ୍ଲା ସ୍ତରୀୟ ଅଧିକାରୀ, ସ୍ୱେଚ୍ଛାସେବୀ ବିରଜା ପତି ଓ ଆଶାକର୍ମୀମାନେ ଅଂଶ ଗ୍ରହଣ କରିଥିଲେ । ଶେଷରେ ଡା. ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଓଡ଼ିଶ ସମାଚାର