ଭୁବନେଶ୍ୱର ,୧୧/୧୧/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୭୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୮ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୦ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୩ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୨ଜଣ, ମାଲକାନାଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ ରୁ ୨୫ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୬୯୯ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ଭଦ୍ରକରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୪୬୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୩୩୩୪୪ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୦ କୁ ବୃଦ୍ଧି ପାଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୨୯୩୨ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତାଲି ସୁଦ୍ଧା ରାଜ୍ୟରେ ୨୨୬୫୦୭୧୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର