Tuesday , August 9 2022
Breaking News
Home / ଶିକ୍ଷା / ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ

ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ

ଭୁବନେଶ୍ୱର, ୧୧/୧୧/୨୦୨୧(ଓଡ଼ିଶା ସମାଚାର)- ଆଜିଠାରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ । ୫-ଟି School Transformation କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି। ସାତ ଦିନ ଧରି ଚାଲିବାକୁ ଥିବା ଏହି ପର୍ବର ପ୍ରଥମ ଦିନରେ ଆଜି ସୁନ୍ଦରଗଡ, କଟକ, ନବରଙ୍ଗପୁର, କନ୍ଧମାଳ ଓ ବାଲେଶ୍ବର ଆଦି ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି।

ଏଥିରେ ସୁନ୍ଦରଗଡର ୬୭ଟି, କଟକର ୩୦ଟି, ବାଲେଶ୍ବରର ୨୩ଟି, ନବରଙ୍ଗପୁରର ୨୨ଟି ଓ କନ୍ଧମାଳର ୧୦ଟି ସ୍କୁଲ ରହିଛି । ଓଡ଼ିଶା ସମାଚାର

About admin

Check Also

ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଲା

ଭୁବନେଶ୍ୱର,୦୮/୦୮/୨୦୨୨(ଓଡ଼ିଶା ସମାଚାର)- ପୂର୍ବ ସୂଚନା ଅନୁଯାୟୀ ଆଜି ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଛି …

Leave a Reply

Your email address will not be published.