ଭୁବନେଶ୍ୱର ,୧୨/୧୧/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୧୦ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୪ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୨୯ ଜଣ, କଟକରୁ ୨୧ ଜଣ, ଯାଜପୁରରୁ ୧୦ ଜଣ, ସମ୍ବଲପୁର ଓ ଗଜପତି ଜିଲ୍ଲାରୁ ୯ ଜଣ ଲେଖାଁଏ, ବାଲେଶ୍ବର, ଦେବଗଡ଼ ଓ ପୁରୀ ଜିଲ୍ଲାରୁ ୭ ଜଣ ଲେଖାଁଏ, ସମ୍ବଲପୁରରୁ ୬ ଜଣ, ଢ଼େଙ୍କାନାଳରୁ ୫ ଜଣ, ମୟୂରଭଞ୍ଜରୁ ୪ ଜଣ, ଗଞ୍ଜାମରୁ ୩ ଜଣ, ଭଦ୍ରକ, ବଲାଙ୍ଗୀର, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ଝାରସୁଗୁଡ଼ା ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୯୬୨ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୩ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୪୯୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୩୩୬୫୨ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୩ ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୨୮୮୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଛନ୍ତିି । ଗତକାଲି ସୁଦ୍ଧା ରାଜ୍ୟରେ ୨୨୭୧୭୨୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର