Friday , September 22 2023
Breaking News
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୪୭ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩୭ ଜଣ ଶିଶୁ ଆକ୍ରାନ୍ତ – ୨ ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୪୭ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩୭ ଜଣ ଶିଶୁ ଆକ୍ରାନ୍ତ – ୨ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର ,୧୩/୧୧/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୪୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୪ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୦୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୭ ଜଣ ଶିଶୁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୨ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୫ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ ରୁ ୨୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୫୨୦୯ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୫ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୫୨୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୩୩୯୯୧ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୫ ରେ ପହଂଚିଥିବାବେଳେ ୫୩ ଜଣ ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୨୭୯୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୨୭୭୮୨୩୧ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *