Tuesday , December 7 2021
Home / ବିଶେଷ / ଜାତୀୟ ପ୍ରେସ୍ ଦିବସରେ ପ୍ରଶାନ୍ତ ପଟ୍ଟନାୟକଙ୍କୁ ‘ଉତ୍କଳ ସାମ୍ବାଦିକ ରତ୍ନ ସମ୍ମାନ’

ଜାତୀୟ ପ୍ରେସ୍ ଦିବସରେ ପ୍ରଶାନ୍ତ ପଟ୍ଟନାୟକଙ୍କୁ ‘ଉତ୍କଳ ସାମ୍ବାଦିକ ରତ୍ନ ସମ୍ମାନ’

୨୭ଜଣ ବରିଷ୍ଠ ସାମ୍ବାଦିକଙ୍କୁ ପେନସନ ପ୍ରଦାନ କରାଯିବ
ଭୁବନେଶ୍ୱର,୧୩/୧୧/୨୦୨୧(ଓଡ଼ିଶା ସମାଚାର)- ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ଼ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ-୨୦୨୧ ଅବସରରେ ପ୍ରତ୍ୟେକ ବର୍ଷ ଭଳି ଚଳିତବର୍ଷ ରାଜ୍ୟର ୨୭ଜଣ ବରିଷ୍ଠ ସାମ୍ବାଦିକଙ୍କୁ ପେନସନ ପ୍ରଦାନ କରାଯିବା ସହିତ ୬ଜଣ ବରିଷ୍ଠ ସାମ୍ବାଦିକଙ୍କ ସ୍ମୃତି ଉଦ୍ଧେଶ୍ୟରେ ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ସ୍ୱୟଂଶାସିତ ମହାବିଦ୍ୟାଳୟରେ ସାମ୍ବାଦିକତା ଶିକ୍ଷା କ୍ଷେତ୍ରରେ ସର୍ବୋଚ୍ଚ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରିବା ପାଇଁ ସାମ୍ବାଦିକ କଲ୍ୟାଣ ବୋର୍ଡ଼ ସ୍ଥିର କରିଛି ।
ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଜାରି କରାଯାଇଥିବା କୋଭିଡ଼ ନିୟମାବଳୀକୁ ପାଳନ କରାଯାଇ କାର୍ଯ୍ୟକ୍ରମମାନ ଏହି ଉତ୍ସବରେ ପାଳନ କରାଯିବ ।
ଆସନ୍ତା ୧୬ ତାରିଖ ମଙ୍ଗଳବାର ଦିନ ସ୍ଥାନୀୟ ଜୟଦେବ ଭବନଠାରେ ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ଼ ଆନୁକୂଲ୍ୟରେ କେନ୍ଦ୍ର ସରକାରଙ୍କ ଦୂରଦର୍ଶନ କେନ୍ଦ୍ର, ଆକାଶବାଣୀ, ପ୍ରେସ୍ ଇନଫରମେସନ ବୁ୍ୟରୋ (ପିଆଇବି), ରିଜିଓନାଲ ଆଉଟରିଚ୍ ବୁ୍ୟରୋ (ଆରଓବି) ଏବଂ ଏକାଡ଼େମୀ ଅଫ୍ ମ୍ୟାନେଜମେଂଟ ଆଣ୍ଡ ଇନଫରମେସନ ଟେକ୍ନୋଲୋଜି (ଅମିତ୍)ର ମିଳିତ ଆନୁକୂଲ୍ୟରେ ଜାତୀୟ ପ୍ରେସ୍ ଦିବସ ପାଳନ କରାଯିବ । ଏହି ଅବସରରେ ବରିଷ୍ଠ ସାମ୍ବାଦିକ ପ୍ରଶାନ୍ତ ପଟ୍ଟନାୟକଙ୍କୁ ‘ଉତ୍କଳ ସାମ୍ବାଦିକ ରତ୍ନ ସମ୍ମାନ-୨୦୨୧’ ପ୍ରଦାନ କରାଯିବା ସହିତ ଅନ୍ୟ ରାଜ୍ୟର ବିଭିନ୍ନ ସମ୍ବାଦପତ୍ରର ୫ଜଣ ସମ୍ପାଦକଙ୍କୁ ଜାତୀୟସ୍ତରରେ ‘ରାଷ୍ଟ୍ରୀୟ ସାମ୍ବାଦିକ ଗୌରବ ସମ୍ମାନ-୨୦୨୧’ରେ ସମ୍ମାନିତ କରାଯିବ । ଏହାଛଡ଼ା ୨୦୨୦ ମସିହାରେ ସାମ୍ବାଦିକତା ଶିକ୍ଷା କ୍ଷେତ୍ରରେ ସର୍ବୋଚ୍ଚ ସ୍ଥାନ ହାସଲ କରିଥିବା ଉତ୍କଳ ବିଶ୍ୱବିଦ୍ୟାଳୟର ଛାତ୍ରୀ ଅଲିଭା ଅଭିଲିପ୍ସାଙ୍କୁ ‘ରବି ନାରାୟଣ ମହାନ୍ତି ସ୍ମାରକୀ ସମ୍ମାନ-୨୦୨୧’, ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରୀ ପାୟଲ ପଟ୍ଟନାୟକଙ୍କୁ ‘ଗୋପାଳ ମିଶ୍ର ସ୍ମାରକୀ ସମ୍ମାନ-୨୦୨୧’, କଟକସ୍ଥିତ ରେଭେନ୍ସା ବିଶ୍ୱବିଦ୍ୟାଳୟର ଛାତ୍ରୀ ଅବନ୍ତିକା ମିଶ୍ରଙ୍କୁ ‘ରାମହରି ମିଶ୍ର ସ୍ମାରକୀ ସମ୍ମାନ-୨୦୨୧’, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଛାତ୍ରୀ ମନସ୍ୱିନୀ ମିଶ୍ରଙ୍କୁ ‘ବରେନ୍ଦ୍ରକୃଷ୍ଣ ଧଳ ସ୍ମାରକୀ ସମ୍ମାନ-୨୦୨୧’, ଢେଙ୍କାନାଳସ୍ଥିତ ଇଣ୍ଡିଆନ ଇନଷ୍ଟିଚୁ୍ୟଟ ଅଫ୍ ମାସ୍ କମୁ୍ୟନିକେଶନ (ଆଇଆଇଏମଏସ୍)ର ଓଡ଼ିଆ ବିଭାଗର ଛାତ୍ରୀ ଯାଜ୍ଞସେନୀ ଧଳଙ୍କୁ ‘ଦିଲ୍ଲୀପ ଶତପଥୀ ସ୍ମାରକୀ ସମ୍ମାନ-୨୦୨୧’ ଏବଂ ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଅର୍ପିତା ନନ୍ଦଙ୍କୁ ‘ଅରିନ୍ଦମ୍ ଦାଶ ସ୍ମାରକୀ ସମ୍ମାନ-୨୦୨୧’ରେ ସମ୍ମାନିତ କରାଯିବ । ‘ଓ’ଟିଭିର ବରିଷ୍ଠ ସାମ୍ବାଦିକ ଅରିନ୍ଦମ୍ ଦାଶ ମହାନଦୀର ମୁଣ୍ଡଳୀ ଆନିକଟସ୍ଥିତ ପାଣିସୁଅରେ ଫଶି ରହିଥିବା ଏକ ଜଙ୍ଗଲୀ ହାତୀକୁ ଉଦ୍ଧାର କରିବାକୁ ଯାଇ ଓଡ୍ରାଫ ଟିମ୍ ର ଏକ ଡ଼ଙ୍ଗାରୁ ଓଲଟିପଡ଼ି ପ୍ରାଣ ହରାଇଥିବାରୁ, ତାଙ୍କ ସ୍ମୃତି ଉଦ୍ଧେଶ୍ୟରେ ପ୍ରତ୍ୟେକ ବର୍ଷ ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟର ସାମ୍ବାଦିକତା ବିଭାଗରେ ଏମଜିଏମସି ପରୀକ୍ଷାରେ ସର୍ବୋଚ୍ଚ ସ୍ଥାନ ହାସଲ କରିଥିବା ଜଣଙ୍କୁ ଅରିନ୍ଦମ୍ ଦାଶ ସ୍ମାରକୀ ସମ୍ମାନରେ ସମ୍ମାନିତ କରାଯିବା ପାଇଁ ସାମ୍ବାଦିକ କଲ୍ୟାଣ ବୋର୍ଡ଼ ନିଷ୍ପତି ନେଇଛି ।
ରାଜ୍ୟର ୨୭ଜଣ ବରିଷ୍ଠ ସାମ୍ବାଦିକ ମହେଶ୍ୱର ମୂଳିଆ, ଦୁଲାଲ ମିଶ୍ର, ପ୍ରଶାନ୍ତ କୁମାର ପଟ୍ଟନାୟକ, ପ୍ରଦୋଷ ପଟ୍ଟନାୟକ, ପ୍ରବୋଧ କୁମାର ମିଶ୍ର, ସାରଦା ପ୍ରସନ୍ନ ନନ୍ଦ, ବସନ୍ତ କୁମାର ଦାଶ, ଅରୁଣ କୁମାର ପଣ୍ଡା, ସୁବାସ ଚନ୍ଦ୍ର ପଟ୍ଟନାୟକ, ଅର୍ଜୁନ ରଞ୍ଜନ ପଣ୍ଡା, ଗଜେନ୍ଦ୍ର କୁମାର ମହାନ୍ତି, ସେକ୍ ଅବଦୁଲ ମନାନ୍, ସୁରେନ୍ଦ୍ର ସାହୁ, ଭାଗବତ ତି୍ରପାଠୀ, ଶ୍ରୀରାମ ଦାଶ, ସୁଦାମ ଚରଣ ନାୟକ, ହଳଧର ଧୀର, ଅଜିତ୍ କୁମାର ମହାନ୍ତି, ଅକ୍ଷୟ କୁମାର ପତି, ସୁବାସ ପାଣିଗ୍ରାହୀ, ସୁଜ୍ଞାନ ଚୌଧୁରୀ, ଗୁରୁକଲ୍ୟାଣ ମହାପାତ୍ର, ଚିତରଞ୍ଜନ ମିଶ୍ର, ତି୍ରଲୋଚନ ମହାପାତ୍ର, ଗୌରାଙ୍ଗ ଚରଣ ହୋତା, ଶରତ ଚନ୍ଦ୍ର ଦାଶ ଓ ରବି ରଥଙ୍କୁ ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ପେନସନ ପ୍ରଦାନ କରାଯିବା ପାଇଁ ବୋର୍ଡ଼ ସ୍ଥିର କରିଛି ।
ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ଼ର ଅଧ୍ୟକ୍ଷ ଦୀପକ ମାଲବ୍ୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜାତୀୟ ପ୍ରେସ୍ ଦିବସରେ କେନ୍ଦ୍ର ଜଳଶକ୍ତି ଓ ଆଦିବାସୀବ୍ୟାପାର ମନ୍ତ୍ରୀ ବିଶେଶ୍ୱର ଟୁଡୁ ମୁଖ୍ୟ ଅତିଥି, ୱାଲଡ୍ ଅସୋସିଏସନ ଅଫ୍ ପ୍ରେସ୍ କାଉନସିଲ ର ସାଧାରଣ ସମ୍ପାଦକ କିଶୋର ଶ୍ରେଷ୍ଠା ଉଦଘାଟକ, ରାଜ୍ୟ ସୂଚନା ଓ ଲୋକସମ୍ପର୍କ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ମୁଖ୍ୟବକ୍ତା, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଖଣ୍ଡପଡ଼ା ବିଧାୟକ ତଥା ‘ସମ୍ବାଦ’ର ସମ୍ପାଦକ ସୌମ୍ୟରଞ୍ଜନ ପଟ୍ଟନାୟକ ଓ ଭୁବନେଶ୍ୱର(ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନା ସମ୍ମାନିତ ଅତିଥି ଭାବେ ଯୋଗ ଦେବେ । ଏହାଛଡ଼ା ବିଭିନ୍ନ ସାମ୍ବାଦିକ ୟୁନିୟନର ପ୍ରତିନିଧିମାନେ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ଼ର ସଭାପତି ପ୍ରଦୋଷ ପଟ୍ଟନାୟକ, ଉପସଭାପତି ପ୍ରଦୁ୍ୟମ୍ନ କୁମାର ମହାନ୍ତି, ସାଧାରଣ ସମ୍ପାଦକ ସନତ ମିଶ୍ର ପ୍ରକାଶ କରିଛନ୍ତି । ଓଡ଼ିଶା ସମାଚାର

About admin

Check Also

ଶିକ୍ଷାବିତ ପୁରୁଷୋତମ ସ୍ୱାଇଁ ଙ୍କ ପରଲୋକ

ରଘୁନାଥପୁର, ୦୭/୧୨/୨୦୨୧(ଓଡ଼ିଶା ସମାଚାର)- ରଘୁନାଥପୁର ବ୍ଲକ୍ ଗୁଆଳିପୁର ପଂଚାୟତ କୁର୍ତାଙ୍ଗ ଗ୍ରାମର ସୁନାମଧନ୍ୟ ଶିକ୍ଷକ ପୁରୁଷୋତମ ସ୍ୱାଇଁ ଙ୍କ ୬୭ …

Leave a Reply

Your email address will not be published. Required fields are marked *