Wednesday , December 1 2021
Breaking News
Home / ବିଶେଷ / ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ମେଗା ଆଇନସେବା ଶିବିର

ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ମେଗା ଆଇନସେବା ଶିବିର

କେନ୍ଦ୍ରାପଡ଼ା, ୧୩/୧୧/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସ୍ଥାନୀୟ ଟାଉନହଲ ପରିସରରେ ଶନିବାର ଏକ ମେଗା ଆଇନ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ସଂଗୀତା ପାଣୀଙ୍କ ସଂଯୋଜନାରେ ଅନୁଷ୍ଠିତ ଶିବିରକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ ଗୋପାଳ ଚନ୍ଦ୍ର ବେହେରା ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉଦଘାଟନ କରି ସମାଜର ଗରିବ, ଅବହେଳିତ ଓ ନିଷ୍ପେସିତ ବର୍ଗଙ୍କ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ମାଗଣା ଆଇନସେବା ଯୋଗାଇ ଦିଆଯାଉଥିବାରୁ ଏହାର ସୁଯୋଗ ନେବାକୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ, ଜିଲ୍ଲା ସାମାଜିକ ସୁରକ୍ଷା କାର୍ଯ୍ୟାଳୟ ପକ୍ଷରୁ ହିତାଧିକାରୀମାନଙ୍କୁ ବିଭିନ୍ନ ଯୋଜନାରେ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ଏହି ଶିବିରରେ ଅତିରିକ୍ତ ଜିଲ୍ଲାଜଜ ଅଜୟ କୁମାର ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଦୁର୍ଗା ପ୍ରସାଦ ମହାରଣା, ମୁଖ୍ୟ ବିଚାର ବିଭାଗୀୟ ମ୍ୟାଜିଷ୍ଟ୍ରେଟ ବିବଶ୍ୱତ ଗୌତମ ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିଥିଲେ । ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରାପଡା ଅଦାଲତର ସମସ୍ତ ଜୁଡିସିଆଲ ଅଧିକାରୀ, ସାମାଜିକ ସୁରକ୍ଷା ଅଧିକାରୀ ପ୍ରଭାସ ଦାସ, ଜିଲ୍ଲା ଶ୍ରମ ଅଧିକାରୀ, ଜିଲ୍ଲା ଆଇନସେବା ପ୍ରାଧିକରଣର ସମସ୍ତ କର୍ମଚାରୀ, ପାରା ଭଲୁ୍ୟଂଟିଅର ଓ ପ୍ୟାନେଲ ଲୟରମାନେ ଉପସ୍ଥିତ ଥିଲେ । ପ୍ରାଧିକରଣ ସଚିବ ଶ୍ରୀମତୀ ପାଣି ଆଇନସେବା ପ୍ରାଧିକରଣ ପକ୍ଷରୁ ଯୋଗାଇ ଦିଆଯାଉଥିବା ବିଭିନ୍ନ ସେବା ସମ୍ପର୍କରେ ସୂଚନା ପ୍ରଦାନ ସହିତ ଧନ୍ୟବାଦ ଅର୍ପଣ କରିଥିଲେ । ଓଡ଼ିଶା ସମାଚାର

About admin

Check Also

ସମାଜସେବୀ ବୃନ୍ଦାବନ ଦାସଙ୍କ ଏକାଦଶାହ ଉପଲକ୍ଷେ ଶ୍ରଦ୍ଧାଞ୍ଜଳୀ ସଭା 

କେନ୍ଦ୍ରାପଡ଼ା, ୩୦/୧୧/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଚାରିଗାଁ ଗ୍ରାମପଂଚାୟତର ସମାଜସେବୀ ସ୍ୱର୍ଗତ ବୃନ୍ଦାବନ ଦାସ (ବାଜିଆ)ଙ୍କ ଏକାଦଶାହ ଅବସରରେ …

Leave a Reply

Your email address will not be published. Required fields are marked *