Saturday , August 13 2022
Breaking News
Home / କ୍ରୀଡ଼ା / ପ୍ରମୋଦ ଭଗତଙ୍କୁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ପ୍ରମୋଦ ଭଗତଙ୍କୁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ / ଭୁବନେଶ୍ୱର ,୧୩/୧୧/୨୦୨୧(ଓଡ଼ିଶା ସମାଚାର)- ଟୋକିଓ ପାରା ଅଲିମ୍ପିକ୍ସରେ ସ୍ବର୍ଣ୍ଣପଦକ ଜିତିଥିବା ଓଡ଼ିଶାର ପ୍ରମୋଦ ଭଗତଙ୍କୁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର ପ୍ରଦାନ କରାଯାଇଛି । ଆଜି ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପ୍ରମୋଦ ଭଗତଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି । ସେହପରି ଟୋକିଓ ଅଲିମ୍ପିକ୍ସରେ ସର୍ଣ୍ଣପଦକ ଜିତିଥିବା ନୀରଜ ଚୋପ୍ରାଙ୍କୁ ମଧ୍ୟ ଖେଳରତ୍ନ ପୁରସ୍କାର ପ୍ରଦାନ କରାଯାଇଛି । ମୋଟ ୧୨ଜଣ ଖେଳାଳିଙ୍କୁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର ପ୍ରଦାନ କରାଯାଇଛି । ୩୫ ଜଣ ଖେଳାଳିଙ୍କୁ ଅର୍ଜୁନ ପୁରସ୍କାର ଦିଆଯାଇଛି । ଖେଳରତ୍ନ ପାଇଥିବା ଥିବା ଅନ୍ୟ ଖେଳାଳିମାନେ ହେଲେ ଅଲିମ୍ପିକ୍ସ କୁସ୍ତି ରୋପ୍ୟ ପଦକ ବିଜେତା ରବି ଦାହିୟା, ହକି ଖେଳାଳି ପିଆର ଶ୍ରୀଜେସ୍, ବକ୍ସର ଲଭଲିନା ବର୍ଗୋଇଁ, ଫୁଟବଲ ଖେଳାଳି ସୁନୀଲ ଛେତ୍ରୀ, ମହିଳା କ୍ରିକେଟ ଖେଳାଳି ମିତାଲି ରାଜ, ଜାଭେଲିନ ଫିଙ୍ଗାଳି ସୁମିତ ଅନ୍ତିଲ, ସୁଟର ଅବନ୍ତି ଲଖେରା, ବ୍ୟାଡମିଣ୍ଟନ ଖେଳାଳି କ୍ରିଷ୍ଣା ନାଗର, ସୁଟର ଏମ.ନରଓ୍ବାଲ ଓ ହକି ଖେଳାଳି ମନପ୍ରୀତ ସିଂ । ମୋଟ ୩୫ ଜଣ ଖେଳାଳିଙ୍କୁ ଅର୍ଜୁନ ପୁରସ୍କାର ଦିଆଯାଇଛି । ସେମାନଙ୍କ ମଧ୍ୟରେ ଅଛନ୍ତି କ୍ରିକେଟ ଖେଳାଳି ଶିଖର ଧଓ୍ବନ, ପାରା ବ୍ୟାଡମିଣ୍ଟନ ଖେଳାଳି ସୁହାସ ୟତିରାଜ ଓ ହାଇଜମ୍ପର ନିଷାଦ କୁମାର । ଏହାଛଡ଼ା ଅଲିମ୍ପିକ୍ସ ବ୍ରୋଞ୍ଜ ବିଜେତା ଭାରତୀୟ ହକିଦଳର ସଦସ୍ୟମାନଙ୍କୁ ଅର୍ଜୁନ ପୁରସ୍କାର ଦିଆଯାଇଛି । ଓଡିଶା ସମାଚାର

About admin

Check Also

ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ମୟୁରଭଞ୍ଜ / ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ସେଠାରେ …

Leave a Reply

Your email address will not be published.