ଭୁବନେଶ୍ୱର,୧୪/୧୧/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୦୯ ଜଣ ସ୍ଥାନୀୟ ସଂକ୍ରମିତ। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୨ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୨୧ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କନାଳ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୨ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍ ରୁ ୩୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୫୪୭୧ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ଢେଙ୍କାନାଳ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୭ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୫୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୩୪୩୦୦ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୭ ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୨୭୪୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୨୮୩୯୧୫୪ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ, ୪୨ ଜଣ ଶିଶୁ ସଂକ୍ରମିତ – ୨ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ