Saturday , August 20 2022
Breaking News
Home / ବିଶେଷ / ଏବିଭିପି ତରଫରୁ ବିର୍ସା ମୁଣ୍ଡା ଙ୍କ ଜୟନ୍ତୀ ପାଳିତ

ଏବିଭିପି ତରଫରୁ ବିର୍ସା ମୁଣ୍ଡା ଙ୍କ ଜୟନ୍ତୀ ପାଳିତ

ଭୁବନ ୧୫/୧୧/୨୦୨୧(ଓଡ଼ିଶା ସମାଚାର)- ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)  ଭୁବନ ଶାଖା ଆନୁକୂଲ୍ୟରେ ବାଜିରାଉତ ସ୍ମୃତି ମହାବିଦ୍ୟାଳୟ ଓ  ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଭଗବାନ ବିର୍ସାମୁଣ୍ଡା ଙ୍କ ଜୟନ୍ତୀ କୁ ଜନଜାତି ଗୌରବ ଦିବସ ଭାବେ ପାଳନ କରାଯାଇଛି । ବାଜିରାଉତ ସ୍ମୃତି ମହାବିଦ୍ୟାଳୟର ଅଧ୍ୟକ୍ଷ ଅଜିତ କୁମାର ବେହେରା ଓ ବରିଷ୍ଠ ଅଧ୍ୟାପକ ହିମାଂଶୁ ଶେଖର ମିଶ୍ର ଙ୍କ ସହ ଛାତ୍ରଛାତ୍ରୀ ମାନେ ବିର୍ସାମୁଣ୍ଡା ଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ପରେ ଭୁବନ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଦିଲ୍ଲୀପ କୁମାର ଦାସ ଜନଜାତି ଗୌରବ ଦିବସ ସଂପର୍କରେ ସୂଚନା ଦେବା ସହ ବିର୍ସାମୁଣ୍ଡା ଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ । ଉଭୟ କାର୍ଯ୍ୟକ୍ରମ ନଗର ସଂପାଦିକା ସାଗରିକା ସାହୁ ଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା ଓ କାର୍ଯ୍ୟକର୍ତା ମାନେ ସହଯୋଗ କରିଥିଲେ । ଓଡ଼ିଶା ସମାଚାର

About admin

Check Also

ଏ.କେ.ବିଦ୍ୟାମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହା ଆଡମ୍ବରରେ  ପାଳିତ

କଟକ,୧୯/୦୮/୨୦୨୨ (ଓଡ଼ିଶା ସମାଚାର) : କଟକ ସଦର  ୪୨ ମୌଜା ଦଧିବାମନପୁର  ସ୍ଥିତ ଏ.କେ.ବିଦ୍ୟାମନ୍ଦିରରେ ମହା ଆଡମ୍ବରରେ ଶ୍ରୀକୃଷ୍ଣ ଜନ୍ମ …

Leave a Reply

Your email address will not be published.