ଭୁବନେଶ୍ୱର ,୧୫/୧୧/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୭୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୫ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ ରୁ ୧୮ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୫୬୫୬ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକ ୨ଜଣ ଖୋର୍ଦ୍ଧା ଜିଲ୍ଲା ର । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୫୬୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୩୪୫୦୫ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୯ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୨୭୧୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୨୮୯୬୦୧୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର