Sunday , October 1 2023
Home / ସ୍ୱାସ୍ଥ୍ୟ / ୮୧ ଡାକ୍ତରଙ୍କ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

୮୧ ଡାକ୍ତରଙ୍କ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର ,୨୫/୧୧/୨୦୨୧(ଓଡ଼ିଶା ସମାଚାର)- ରାଜ୍ୟରେ ସ୍ୱାସ୍ଥ୍ୟ ଭିତିଭୂମିର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ସରକାର ରାଜ୍ୟର ବିଭିନ୍ନ ସ୍ଥାନରେ ଖାଲି ଥିବା ଓଡିଶା ମେଡିକାଲ ଓ ସ୍ୱାସ୍ଥ୍ୟସେବା (ଓଏମଏଚଏସ) ଗ୍ରୁପ-ଏ (ଜୁନିଅର ବ୍ରାଂଚ)ରେ ଡାକ୍ତର ପଦବୀ ପୂରଣ କରିବାକୁ ଯାଉଛନ୍ତି । ଓଡିଶା ରାଜ୍ୟ ପବ୍ଲିକ୍ ସର୍ଭିସ କମିଶନଙ୍କ ମାଧ୍ୟମରେ ୮୧ଟି ପଦବୀ ନିମନ୍ତେ ଅନୁସୂଚୀତ ଜାତି ଓ ଜନଜାତି ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଧେଶକ ରାଜ୍ୟରେ ଥିବା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଗୁଡିକରେ ଥିବା ଖାଲି ପଦ ସଂପର୍କରେ ସୂଚୀତ କରିଛନ୍ତି । ନୂଆ କରି ନିଯୁକ୍ତି ପାଇବାକୁ ଥିବା ଡାକ୍ତରୀ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରୁ ୮୧ଟି ପଦବୀରୁ ଅନୁସୂଚୀତ ଜାତି ପାଇଁ ୪୭ଟି ଓ ଅନୁସୂଚୀତ ଜନଜାତି ପାଇଁ ୩୪ଟି ପଦବୀ ସଂରକ୍ଷିତ । ଓ.ପି.ଏସ୍.ସି ଦ୍ୱାରା ପ୍ରାର୍ଥୀ କୃତକାର୍ଯ୍ୟ ହୋଇସାରିବା ପରେ ସାଧାରଣ ପ୍ରଶାସନ ବିଭାଗର ନିୟମ ଅନୁସାରେ ପ୍ରାର୍ଥୀ ମାନେ ଇ-କାଉନସେଲିଂରେ ଯୋଗ ଦେଇଥିଲେ । ଏହି ଅଧାରରେ ମେଡିକାଲ ଅଫିସର ମାନଙ୍କୁ ନିଯୁକ୍ତି ଦିଆଯିବ । ଏଥିପାଇଁ ସଂପୃକ୍ତ ପ୍ରାର୍ଥୀ ମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ଫଳରେ ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ହେବା ସହ ରୋଗୀ ସେବା କ୍ଷେତ୍ରରେ ଉନ୍ନତି ଆସିପାରିବ । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *