Thursday , January 20 2022
Breaking News
Home / ଶିକ୍ଷା / କେନ୍ଦ୍ରାପଡା ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ

କେନ୍ଦ୍ରାପଡା ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ

କେନ୍ଦ୍ରାପଡ଼ା, ୨୭/୧୧/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗ ଆନୁକୂଲ୍ୟରେ ୭ମ ସମ୍ବିଧାନ ଦିବସ ପାଳିତ କରାଯାଇଛି । ଏହି ସଭାରେ ମହାବିଦ୍ୟାଳୟର ଅଧ୍ୟକ୍ଷ ମଧୁସୁଦନ କମିଳା ସଭାପତିତ୍ୱ କରି ଛାତ୍ରଛାତ୍ରୀମାନଙ୍କୁ ଆନୁଷ୍ଠାନିକ ଶପଥ ପାଠ କରାଇଥିଲେ । ମୁଖ୍ୟ ବକ୍ତାଭାବେ ପ୍ରାଧ୍ୟାପକ ଦିଲ୍ଲୀପ କୁମାର ମହାନ୍ତି ଯୋଗଦେଇ ସମ୍ବିଧାନ ଗଠନର ଐତିହାସିକ ବିବରଣୀ ପ୍ରଦାନ କରିଥିଲେ । ସମ୍ମାନିତ ଅତିଥିଭାବେ ମହାବିଦ୍ୟାଳୟର ଅନ୍ୟତମ ବରିଷ୍ଠ ଅଧ୍ୟାପକ ପ୍ରକାଶ ରଞ୍ଜନ ଦାସ ଯୋଗଦେଇ ରାଷ୍ଟ୍ର ପରିଚାଳନାରେ ସମ୍ବିଧାନର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ । ଶେଷରେ ରାଜନୀତି ବିଜ୍ଞାନ ବିଭାଗର ଅଧ୍ୟାପକ ରାକେଶ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଓଡ଼ିଶା ସମାଚାର

About admin

Check Also

ମହିଳା ମହାବିଦ୍ୟାଳୟରେ ଏନଏସଏସ ର ଶୀତକାଳୀନ ଶିବିର ଉଦଯାପିତ

ଭୁବନ,୧୦/୧/୨୦୨୨ (ଓଡ଼ିଶା ସମାଚାର)- ଭୁବନ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଜାତୀୟସେବା ଯୋଜନା (ଏନଏସଏସ ) ଆନୁକୂଲ୍ୟରେ ଗତ ୨ ତାରିଖ …

Leave a Reply

Your email address will not be published. Required fields are marked *