Wednesday , January 19 2022
Breaking News
Home / ବିଶେଷ / ସଡ଼କ ଦୁର୍ଘଟଣାରେ ମୃତ ୩ ଛାତ୍ର ଙ୍କ ପରିବାରକୁ ଅନୁକମ୍ପା ମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସଡ଼କ ଦୁର୍ଘଟଣାରେ ମୃତ ୩ ଛାତ୍ର ଙ୍କ ପରିବାରକୁ ଅନୁକମ୍ପା ମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ,୨୭/୧୧/୨୦୨୧(ଓଡ଼ିଶା ସମାଚାର)- ୧୬ ନମ୍ବର ଜାତୀୟ ରାଜପଥର ବାଲୁଗାଁ ନିକଟ ବେଲପଡ଼ା ଠାରେ ଏକ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୭ଜଣ ଆହତ ହୋଇଛନ୍ତି । ମୃତକ ହେଉଛନ୍ତି ଗଙ୍ଗାଧର ମହାରଣା, ଇ.ଲୋଇଦାସ, ପ୍ରମିଳା ବେହେରା । ସମସ୍ତ ୩ ଜଣ ରଙ୍ଗେଇଲୁଣ୍ଡା ଅଞ୍ଚଳର ଛାତ୍ର । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହିତ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ଏଥି ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ପ୍ରାପ୍ତ ସୂଚନା ଅନୁଯାୟୀ ବ୍ରହ୍ମପୁର ଓ ଏହାର ଆଖପାଖ ଅଞ୍ଚଳର ପ୍ରାୟ ୨୦ଜଣ ଏକ ବସ୍ ଯୋଗେ ତୀର୍ଥ ଭ୍ରମଣରେ ଆସିଥିଲେ । ସମସ୍ତେ ଘଟଗାଁ ତାରିଣୀ ପୀଠରୁ ବୁଲି ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିଲା । ଯାତ୍ରୀ ମାନେ ପରିସ୍ରା କରିବାପାଇଁ ବସ୍ଟି ରାସ୍ତା କଡ଼ରେ ଅଟକି ରହିଥିବା ବେଳେ ପଛପଟୁ ଏକ ଟ୍ରକ ଧକ୍କା ଦେଇଥିଲା । ଯାହାଦ୍ୱାରା ବସ୍ ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମେଡିକାଲରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ମୋଟ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୭ଜଣ ଆହତ ହୋଇଛନ୍ତି । ତେବେ ଏହି ଦୁର୍ଘଟଣାରେ ରଙ୍ଗେଇଲୁଣ୍ଡା ଅଞ୍ଚଳର ୩ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହାସହିତ ଦୁର୍ଘଟଣାରେ ଆହତ ଛାତ୍ର ମାନଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଆହତ ମାନଙ୍କର ଆଶୁ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି । ଓଡ଼ିଶା ସମାଚାର

About admin

Check Also

ସମାଜକୁ ମାନବିକତାର ପରିଚୟ ଦେଲେ ଜଣେ ଚା ବ୍ୟବସାୟୀ

ଧର୍ମଶାଳା, ୧୮/୧/୨୦୨୨ (ଓଡ଼ିଶା ସମାଚାର)- ୭ ହଜାର ଟଙ୍କା ସହିତ କାଗଜପତ୍ର ଓ ମନିପର୍ସ ଫେରାଇ ଚର୍ଚ୍ଚାରେ ଜଣେ ଚା …

Leave a Reply

Your email address will not be published. Required fields are marked *