Saturday , November 26 2022
Breaking News
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୯୭ କରୋନା ସଂକ୍ରମିତ ଚିହ୍ନଟ , ୨୫ ଜଣ ଶିଶୁ ସଂକ୍ରମିତ – ୨ ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୯୭ କରୋନା ସଂକ୍ରମିତ ଚିହ୍ନଟ , ୨୫ ଜଣ ଶିଶୁ ସଂକ୍ରମିତ – ୨ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର ,୨୯/୧୧/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୯୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୧୫ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୮୨ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୫ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍ ରୁ ୨୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୮୮୦କୁ ବୃଦ୍ଧି ପାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ରେ ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକ ୨ଜଣ ବରଗଡ଼ ଜିଲ୍ଲାର । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୦୯ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୮୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୩୮୦୮୫ ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୦୯ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୨୩୩୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୩୬୭୭୭୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.