Tuesday , June 6 2023
Breaking News
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩୫ ଜଣ ଶିଶୁ ସଂକ୍ରମିତ – ୨ ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩୫ ଜଣ ଶିଶୁ ସଂକ୍ରମିତ – ୨ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର ,୩୦/୧୧/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ  ହୋଇଥିବା ବେଳେ ୯୪ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୫ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୬ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୦ଜଣ, ରାୟଗଡ଼ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୧୦୮ କୁ ବୃଦ୍ଧି ପାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୨ଜଣ କରୋନା ସଂକ୍ରମିତ ମୃତ୍ୟୁ ବରଣ କରିଛନ୍ତି । ମୃତକଙ୍କ ମଧ୍ୟରେ ଝାରସୁଗୁଡ଼ା ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୧୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୯୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୩୮୩୦୬ ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୧୧ ରେ ପହଂଚିଥିବପାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୨୩୩୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୩୭୨୭୮୭୩ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.