Thursday , January 20 2022
Breaking News
Home / ସ୍ୱାସ୍ଥ୍ୟ / ଢ଼େଙ୍କାନାଳର ଏକ ଆବାସିକ କଲେଜରେ ୩୩ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ – କଣ୍ଟେନମେଣ୍ଟ ଜୋନ ଘୋଷଣା

ଢ଼େଙ୍କାନାଳର ଏକ ଆବାସିକ କଲେଜରେ ୩୩ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ – କଣ୍ଟେନମେଣ୍ଟ ଜୋନ ଘୋଷଣା

ଢ଼େଙ୍କାନାଳ,୦୧/୧୨/୨୦୨୧(ଓଡ଼ିଶା ସମାଚାର)-ଭିମସାରରେ ୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ଼ ର ସେଣ୍ଟ ମେରି ବାଳିକା ବିଦ୍ୟାଳୟ ର ମୋଟ ୫୩ ଜଣ ଛାତ୍ରୀ କରୋନା ସଂକ୍ରମିତ ହୋଇଥିଲେ । ସେହିପରି ଠାକୁରମୁଣ୍ଡା ଚମକପୁର ଆବାସିକା ବାଳିକା ବିଦ୍ୟାଳୟର ୨୬ ଛାତ୍ରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏବେ ପୁଣି ଢ଼େଙ୍କାନାଳ ସହରରେ ଆଜି ଗୋଟିଏ ଦିନରେ ଏକ ଘରୋଇ ଆବାସିକ ମହାବିଦ୍ୟାଳୟରୁ ୩୩ଜଣ ଛାତ୍ରଛାତ୍ରୀ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଢ଼େଙ୍କାନାଳ କୁଞ୍ଜକାନ୍ତସ୍ଥିତ ସାଇକୃପା ଆବାସିକ କଲେଜରେ ୩୩ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିବା ପରେ ସହରରେ ଭୟର ବାତାବରଣ ଦେଖାଦେଇଛି । ଗତ ଦୁଇଦିନ ତଳେ କଲେଜର ୪ଜଣ ଛାତ୍ରଛାତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଆଜିର ରିପୋର୍ଟ ଜିଲ୍ଲା ପ୍ରଶାସନର ମୁଣ୍ଡ ବ୍ୟଥାର କାରଣ ପାଲଟିଛି । ଆସନ୍ତା ଡିସେମ୍ବର ୧୦ ରାତି ପର୍ୟ୍ୟନ୍ତ ସମସ୍ତ କୁଞ୍ଜକାନ୍ତ ଅଞ୍ଚଳକୁ ଜିଲ୍ଲା ପ୍ରଶାସନ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି । ଓଡ଼ିଶା ସମାଚାର

About admin

Check Also

ଓଡ଼ିଶା ରେ ଆଉ ୧୪୫ ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ – ମୋଟ ସଂଖ୍ୟା ୩୪୭ କୁ ବୃଦ୍ଧି

ଭୁବନେଶ୍ୱର,୧୯/୧/୨୦୨୨ (ଓଡ଼ିଶା ସମାଚାର /ଦୀପ୍ତିରଂଜନ କାନୁନଗୋ)- ରାଜ୍ୟରେ ଏକାଥରକେ ଆଉ ୧୪୫ ଜଣ ନୂଆ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। …

Leave a Reply

Your email address will not be published. Required fields are marked *