Friday , August 19 2022
Breaking News
Home / ବିଶେଷ / ସାଇକ୍ଲୋନ୍ ଆଲଟ୍ : ଶନିବାର ସକାଳେ ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି

ସାଇକ୍ଲୋନ୍ ଆଲଟ୍ : ଶନିବାର ସକାଳେ ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି

ଭୁବନେଶ୍ୱର , ୦୨/୧୨/୨୦୨୧ (ଓଡ଼ିଶା ସମାଚାର)- କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଆଣ୍ଡାମାନ ସାଗରରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଲଘୁଚାପ ଅବପାତର ରୂପ ନେଇସାରିଛି। ଗୁରୁବାର ସନ୍ଧ୍ୟା ୫ଟା ୩୦ରେ ଏହା ଗୋପାଳପୁର ଠାରୁ ୧୦୨୦ କିଲୋମିଟର ଓ ପାରଦୀପ ଠାରୁ ଏହା ୧୦୬୦ କିଲୋମିଟର ଦୂରରେ ରହିଛି। ଶୁକ୍ରବାର ସଂଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପ ନେବ । ସେତେବେଳକୁ ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଥିବ। ପୁଣି ଏହା ଉତ୍ତର-ପଶ୍ଚିମ ଦିଗରେ ଅଗ୍ରସର ହେବ । ଶନିବାର ସକାଳେ ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି । ତେବେ ଏହା ସମୁଦ୍ର ମଝିରୁ କେଉଁଠୁ ଦିଗ ପରିବର୍ତ୍ତନ କରିବ ତାହା ଏଯାଏଁ ସ୍ପଷ୍ଟ ହୋଇନି । ଏପରିକି ସ୍ଥଳଭାଗ ଛୁଇଁବ କି ନାହିଁ ଏବଂ କେତେବେଳେ ଦିଗ ବଦଳାଇବ ସେ ବାବଦରେ କୌଣସି ସୂଚନା ନାହିଁ । ଅବପାତର ରୂପ ନେବା ପରେ ଏବାବଦରେ ଏକ ସ୍ପଷ୍ଟ ସଂକେତ ମିଳିପାରେ ବୋଲି ଏସଆରସି ପ୍ରଦୀପ ଜେନା କହିଛନ୍ତି ।
ସମ୍ଭାବ୍ୟ ବାତ୍ୟା ଜଓ୍ବାଦ ଉତ୍ତର-ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ-ଓଡ଼ିଶା ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି । ଏହା ପରେ ବାତ୍ୟା ଉତ୍ତର-ପୂର୍ବ ଦିଗରେ ଗତି କରିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି । ଆଞ୍ଚଳିକ ପାଣିପାଗ ବିଭାଗର ସଂଧ୍ୟା ବୁଲେଟିନ ଅନୁସାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ରାତି ସୁଦ୍ଧା ଏକ ଡିପ୍ରେସନରେ ପରିଣତ ହେବ । ଆସନ୍ତା ୨୪ ଘଣ୍ଟାରେ ଏହା ଏକ ବାତ୍ୟା ରୂପ ନେଇ ୪ ଡିସେମ୍ବର ସକାଳେ ଉତ୍ତର-ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ-ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବ । ଏହା ପରେ ବାତ୍ୟା ଉତ୍ତର-ପୂର୍ବ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଓଡ଼ିଶାର ୪ଟି ଜିଲ୍ଲା ଗଜପତି, ଗଞ୍ଜାମ, ଜଗତସିଂହପୁର ଓ ପୁରୀରେ ଏହାର ସର୍ବାଧିକ ପ୍ରଭାବ ପଡ଼ିବ । ଏସବୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ଆଶଙ୍କା ରହିଛି । ସେହିପରି କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼,କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଇଏମଡି କହିଛି । ଅନ୍ୟପକ୍ଷରେ ସମ୍ଭାବ୍ୟ ବାତ୍ୟା ଜଓ୍ବାଦ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ବୋଲି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କହିଛନ୍ତି । ସେ କହିଛନ୍ତି ଯେ ଏହା ବାତ୍ୟା ପାଇଁ ରାଜ୍ୟର ୧୪ଟି ଜିଲ୍ଲାକୁ ସତର୍କ କରାଯାଇଛି । ବାତ୍ୟା ମୁକାବିଲା ପାଇଁ ଓଡ୍ରାଫ ଓ ଏନଡିଆରଏଫ ଟିମ ପ୍ରସ୍ତୁତ ରହିଛନ୍ତି । ଆଜି ରାତି ସୁଦ୍ଧା ସମୁଦ୍ରରୁ ଫେରିଆସିବାକୁ ମତ୍ସ୍ୟଜୀବୀମାନଙ୍କୁ କୁହାଯାଇଛି । ଯେଉଁମାନେ ସମୁଦ୍ରରେ ଅଛନ୍ତି ସେମାନେ କାଲି ସକାଳ ସୁଦ୍ଧା ଫେରିଆସିବେ ବୋଲି ସେ କହିଛନ୍ତି ।
ସେ କହିଛନ୍ତି ଯେ, ଅମଳ ଶସ୍ୟ ରକ୍ଷଣାବେକ୍ଷଣ ଓ ଯେତିକି ଅମଳ କରିହେବ,ଓ ଯେଉଁଠି ଅମଳ କରିହେବ ନାହିଁ ସେଠି ଜଳ ନିଷ୍କାସନ ବ୍ୟବସ୍ଥା ସୁଧରୁଢ଼ କରିବା ପାଇଁ ପରାମର୍ଶ ଜାରି କରାଯାଇଛି । ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ଚାଷୀଙ୍କୁ ସତର୍କ କରାଯାଉଛି । ଗତକାଲି ଓଡ୍ରାଫ, ଏନଡିଆରଏ ଓ ଅଗ୍ନିଶମ ଅଧିକାରୀ ଙ୍କ ସହ ଆଲୋଚନା କରିଛୁ । ଦକ୍ଷିଣ ଉପକୂଳ ଜିଲ୍ଲାରେ ଅଧିକ ପ୍ରଭାବ ଥିବାରୁ ସର୍ବମୋଟ ୬୦ ଓଡ୍ରାଫ, ୩୪ ଏନଡିଆରଏଫ ,୧୭୨ଟି ଅଗ୍ନିଶମ ଟିମକୁ ମିଶାଇ ସର୍ବମୋଟ ୨୬୬ ଟି ଟିମ ପ୍ରସ୍ତୁତ କରାଯାଇଛି । ବର୍ତ୍ତମାନ ସୁଦ୍ଧା ୨୨୫ ଟିମ ମୁତୟନ ହୋଇସାରିଛନ୍ତି ଓ ଆଉ ୫୧ ଟି ଟିମ ହାତରେ ଅଛି । ଓଡ଼ିଶା ସମାଚାର

About admin

Check Also

ଭାରତ ମାତା ସେବା ଅନୁଷ୍ଠାନ ତରଫରୁ ୩୭୫ ଫୁଟ ର ବିଶାଳ ତ୍ରିରଙ୍ଗା ଯାତ୍ରା

ଭୁବନ ୧୮/୦୮/୨୦୨୨(ଓଡ଼ିଶା ସମାଚାର)- ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ଭାରତ ମାତା ସେବା ଅନୁଷ୍ଠାନ ଆନୁକୂଲ୍ୟରେ  ୩୭୫ ଫୁଟ …

Leave a Reply

Your email address will not be published.